ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ୟୁକ୍ରେନରୁ ଫେରିଲେ ଓଡିଆ, ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ଆଶ୍ୱସ୍ତ’

0

ୟୁକ୍ରେନରୁ ଫେରିଲେ ଓଡିଆ । ୟୁକ୍ରେନରୁ ଫେରି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଓଡିଆ ଛାତ୍ରଙ୍କ ସହ ଆଲୋଚନା କରି କହିଛନ୍ତି, ଓଡିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ମୁଁ ଆଶ୍ୱସ୍ତ । ୟୁକ୍ରେନରେ ଫସିରହିଥିବା ଅନ୍ୟ ଓଡିଆଙ୍କୁ ଉଦ୍ଧାର ପାଇଁ ସବୁ ପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଛାତ୍ରମାନେ ସେମାନଙ୍କର ଅଭିଜ୍ଞତା କହିଥିଲେ । କିଭଳି ସେମାନେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀମାନଙ୍କ ସହିତ ବୁକାରେଷ୍ଟ ଯାଇ ସେଠାରୁ ବିମାନ ଯୋଗେ ନୂଆ ଦିଲ୍ଳୀ ଆସିଲେ କହିଛନ୍ତି । ଏହା ସହ ଅନ୍ୟ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟ ଉଦ୍ଧାର କରିବାକୁ ନିବେଦନ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ , ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଏôବଂ ଆଉ ଥରେ ଏନେଇ କଥାବାର୍ତ୍ତା କରି ପଦକ୍ଷେପ
ନିଆଯିବ ବୋଲି କହିଥିଲେ। ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନବନ୍ଦରରେ ହେଲପ ଡେସ୍କ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ଭୁବନେଶ୍ୱରରେ ପହଞ୍ଚିବା ପରେ ଓଟିଡିସି ବସ ଯୋଗେ ପିଲାଙ୍କୁ ଘରେ ପହଞ୍ଚାଇବାକୁ ନବୀନ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.