ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

କଟକ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

0

ପୌର ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନେଇ ସବୁ ଦଳ ଆରମ୍ଭ କରିଦେଲେଣି ରଣନୀତି । ଏହାରି ମଧ୍ୟରେ ଆଜି କଂଗ୍ରେସ କଟକ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଗିରିବାଳା ବେହେରାଙ୍କୁ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ପୌର ନିର୍ବାଚନ ପାଇଁ କଂଗ୍ରେସ ଭବନରେ ଆଜି ଗୁରୁ୍‌ତ୍ୱପୂର୍ଣ୍ଣ ବୈଠକ ବସିଥିଲା । ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହା ସହ କଟକ ପାଇଁ କର୍ପୋରେଟର ପ୍ରାର୍ଥୀଙ୍କ ନାଁ ମଧ୍ୟ ଚୂଡାନ୍ତ କରିଛି କଂଗ୍ରେସ । ଖୁବଶୀଘ୍ର ଭୁବନେଶ୍ୱର ମେୟର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ଗିରିବାଳା ହେଉଛନ୍ତି କଂଗ୍ରେସର ଜଣେ ଟାଣୁଆ କର୍ମୀ । ସେ ଏବେ ପିସିସି ମହିଳା କଂଗ୍ରେସର ଉପସଭାପତି ରହିଛନ୍ତି । ପୂର୍ବର ଥରେ କର୍ପୋରେଟର ଜିତିଥିବା ଗିରିବାଳାଙ୍କ ସାଙ୍ଗଠାନିକ ଦକ୍ଷତା ଥିବାରୁ ତାଙ୍କୁ କଂଗ୍ରେସ ପକ୍ଷରୁ ମେୟର ପ୍ରାର୍ଥୀ କରାଯାଇଛି ।

ସେପଟେ ପଞ୍ଚାୟତ ଫଳାଫଳର କୌଣସି ପ୍ରଭାବ ପୌର ଉପରେ ପଡିବନି । ଦଳ ନୂଆ ଋଣନୀତି ପ୍ରସ୍ତୁତ କରିଛି ।କଟକରେ ଗୋଟିଏ ନିର୍ବାଚନ ମଣ୍ଡଳୀ କଂଗ୍ରେସ ହାତରେ ଥିବାରୁ କଟକକୁ ଦଖଲକୁ ନେବାକୁ ଆଶାବାଦୀ ଅଛି କଂଗ୍ରେସ । ସହରରେ ଅନେକ ପ୍ରସଙ୍ଗ ରହିଛି । ତାକୁ ନେଇ ଲୋକଙ୍କ ପାଖକୁ ଯିବେ ବୋଲି ଗିରିବାଳା କହିଛନ୍ତି । ପୌର ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ୭ ତାରିଖ ଯାଏଁ ଚାଲିବ । ଏହା ପରେ ୯ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ୧୪ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର ହୋଇପାରିବ । ମାର୍ଚ୍ଚ ୨୪ରେ ଭୋଟ ଗ୍ରହଣ ହେବ । ଏବଂ ମାର୍ଚ୍ଚ ୨୬ରେ ଭୋଟ ଗଣତି ସହ ଫଳାଫଳ ଘୋଷଣା କରାଯିବ । ଏପ୍ରିଲ ୭ରେ ପୌର ପରିଷଦ ଉପାଧ୍ୟକ୍ଷ ନିର୍ବାଚନ ହେବ । ଏପ୍ରିଲ ୮ରେ ଡେପୁଟି ମେୟର ନିର୍ବାଚନ ହେବ ।

Leave A Reply

Your email address will not be published.