ପାକିସ୍ତାନ ପେଶାୱରରେ ଆତ୍ମଘାତୀ ବିସ୍ଫୋରଣ ହୋଇଛି । ମସଜିଦ୍ରେ ନମାଜ ପାଠ ସମୟରେ ଏହି ଭୟଙ୍କର ବିସ୍ପୋରଣ ହୋଇଛି । ଏଥିରେ ୩୦ ଜଣ ଆଖିବୁଜିଛନ୍ତି । ୫୦ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆତଙ୍କବାଦୀ ମାନେ ଏହି ବିସ୍ଫୋରଣ କରିଥିବା ଜଣାପଡିଛି। ସୂଚନା ଅନୁସାରେ, ଆଜି ପ୍ରଥମେ ମସଜିଦରେ ନମାଜ ପାଠ ସମୟରେ ପୁଲିସ ଉପରକୁ ଗୁଳିଚାଳନା ହୋଇଥିଲା । ଏହା ପରେ ମସଜିଦରେ ଜଣେ ବ୍ୟକ୍ତି ଭିଡ ଭିତରେ ନିଜ ବ୍ୟକ୍ତି ନିଜକୁ ଉଡାଇଦେଇଛନ୍ତି । ବିସ୍ଫୋରଣ ଖବର ପହଞ୍ଚିବା ପରେ ଉଦ୍ଧାରକାରୀ ଦଳ ସେଠାରେ ପହଁଞ୍ଚି ଉଦ୍ଧାର କାମ ତ୍ୱରାନିତ କରିଥିଲେ । ବିସ୍ଫୋରଣ ପଛରେ ଆତଙ୍କବାଦୀଙ୍କ ହାତ ଥିବା ଅନୁମାନ କରାଯାଉଥିବା ବେଳେ ଏଯାଏ କୌଣସି ଆତଙ୍କବାଦୀ ସଂଗଠନ ଏଥିପାଇଁ ନିଜକୁ ଦାୟୀ କରିନାହାନ୍ତି। ସୁରକ୍ଷାକର୍ମୀ ପୁରା ଅଞ୍ଚଳକୁ ଘେରି ସର୍ଚ୍ଚ ଅପରେସନ କରୁଛନ୍ତି । ୧୦ ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଛି ।
ପ୍ରମୁଖ ଖବର
ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ