ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

କୃଷି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

0

ଲାଞ୍ଚୁଆ ଅଧିକାରୀଙ୍କ ଉପରେ ଭିଜିଲାନ୍ସ ଆଖି । ଗୋଟି ଗୋଟି କରି ସମସ୍ତଙ୍କୁ ଧରୁଛି ଭିଜିଲାନ୍ସ । ଗତକାଲି ଜଣେ ଯନ୍ତ୍ରୀଙ୍କ ଘରେ ରେଡ ପରେ ଆଜି ଜଣେ କୃଷି ଅଧିକାରୀଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । କୃଷି ଅଧିକାରୀ ଜଣକ ହେଉଛନ୍ତି ମାଲକାନଗିରିରି ଏମ୍‌.ଆନନ୍ଦ ରାଓ । ଏମ.ଆନନ୍ଦ ରାଓଙ୍କ ଘରେ ସମେତ ବିଭିନ୍ନ ଜାଗାରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ । ନବରଙ୍ଗପୁରରେ ଥିବା ବାସଭବନ, ମାଲକାନଗିରି କାର୍ଯ୍ୟାଳୟ, ବିଶାଖପାଟଣା ସ୍ଥିତ ଘରେ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ ଚାଲିଛି । ଭିଜିଲାନ୍ସ ଏକକାଳୀନ ୬ଟି ସ୍ଥାନରେ ରେଡ୍ କରୁଛି । ଚଢାଉ ସମୟରେ କିଛି ନଗଦ ଟଙ୍କା ଓ ସୁନା ଗହଣା ଜବତ ହୋଇଥିବା ସୂଚନା ମିଳିଛି । ତେବେ ଏଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସୂଚନା ମିଳିନାର୍ହିଁ ।

Leave A Reply

Your email address will not be published.