ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଆଜି ମୋଦୀ-ମୋରିସନ ଆଲୋଚନା

0

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନଙ୍କ ମଧ୍ୟରେ ଆଜି ବୈଠକ ବସିବ । ଦିନ ୧୨ଟା ବେଳେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଭର୍ଚୁଆଲ ମାଧ୍ୟମରେ ଦ୍ୱିପାକ୍ଷିକ ଆଲୋଚନା ହେବ । ବୈଠକରେ ଦୁଇ ପ୍ରଧାନମନ୍ତ୍ରୀ ୟୁକ୍ରେନର ସ୍ଥିତି ଓ ପାରସ୍ପାରିକ ବାଣିଜ୍ୟ ସମ୍ପର୍କ ବିଷୟରେ ବିସ୍ତୁତ ଭାବେ ଆଲୋଚନା କରିବେ ।

ସୂଚନା ଯୋଗ୍ୟ ଯେ, ଗତ ସପ୍ତାହରେ ମୋରିସନ ଏକ ବିବୃତ୍ତି ଜାରି କରି କହିଛନ୍ତି, ଶିଖର ସମ୍ମିଳନୀରେ ଦ୍ୱିପାକ୍ଷିକ ବାଣିଜ୍ୟ ଓ ପୁଞ୍ଜି ବିନିଯୋଗ ସମ୍ପର୍କକୁ ଆହୁରି ମଜବୁତ କରିବା ସହ ନୂଆ ଅର୍ଥନୈତିକ ସଯୋଗ ଅନ୍ୱେଷଣ ଦିଗରେ ମଧ୍ୟ ଆଲୋଚନା କରାଯିବ । ସେ କହିଥିଲେ ଯେ, ୟୁକ୍ରେନର ସାମ୍ପ୍ରତିକ ପରିସ୍ଥିତି ଓ ଭାରତ-ପ୍ରଶାନ୍ତ ମହାସାଗରୀୟ ଓ ମିଆଁମାର ଉପରେ ଏହାର ପ୍ରଭାବ ସମେତ ଆଞ୍ଚଳିକ ଓ ବହୁପକ୍ଷୀୟ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ।ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ କହିଛନ୍ତି, ଦୁଇ ଦେଶ ମଧ୍ୟରେ ଦୃଢ ସମ୍ପର୍କ ପାରସ୍ପାରିକ ବୁଝାମଣା ଓ ବିଶ୍ୱାସ ଉପରେ ଆଧାରିତ । ଏବଂ ଭାରତ- ପ୍ରଶାନ୍ତ ମହାସାଗର କ୍ଷେତ୍ରରେ ଉଭୟ ପକ୍ଷର ଏକ ସାଧାରଣ ମତ ରହିଛି । ଏଥି ସହିତ ଉଭୟ ଦେଶ ଚଳିତ ମାସ ଶେଷ ସୁଦ୍ଧା ଏକ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷର କରିବାକୁ ପ୍ରସ୍ତୁତ ହେଉଛନ୍ତି ।

ମିଳିଥିବା ସୂଚାନ ଅନୁଯାୟୀ, ଆଜି ମୋଦୀଙ୍କ ସହ ଭର୍ଚୁଆଲ ବୈଠକରେ ମୋରିସନ ୧୫୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ୟାକେଜ ଘୋଷଣା କରିପାରନ୍ତି।

Leave A Reply

Your email address will not be published.