ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ବିଦା ହେଲେ ଆଉ ୬ ଅଧିକାରୀ

0

ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ବିଦା ହେଲେ ଆଉ ୬ ଜଣ ବାବୁ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଆଜି ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀଙ୍କ ମଧ୍ୟରେ ଜଣେ ମୁଖ୍ୟ ଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷାଧିକାରୀ ଅଛନ୍ତି । ଏମାନଙ୍କୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ୧୬୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲାଣି । ୬ ଜଣଙ୍କ ମଧ୍ୟରେ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ପଣ୍ଡା ଅଛନ୍ତି । ତାଙ୍କ ନାଁ ଗୋଟିଏ ଦୁର୍ନୀତି ମାମଲା ଅଛି । ତାଙ୍କ ପାଖରେ ୩.୨୬ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା ।

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ ଡିଭିଜନର ଏକଜ୍ୟୁକିଟିଭ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାଁରେ ମଧ୍ୟରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ପାଖରେ ୭.୬୩ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ଏବେ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଭୁବନେଶ୍ୱର ଏକଜିକ୍ୟୁଟିଭ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ଦୀପକ କୁମାର ଭୂୟାଁଙ୍କ ନାଁରେ ଦୁଇଟି ଦୁର୍ନୀତି ମାମଲା ଅଛି । ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଭୁବନେଶ୍ୱର ଏକଜିକ୍ୟୁଟିଭ ଇଞ୍ଜିନିୟର ତଥା ଡେପୁଟି ଇଲେକ୍ଟ୍ରିକାଲ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାଁରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣପୁର ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅର୍ନ୍ତଯାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ସେ ୧୦ ହଜାର ଟଙ୍କା ଲାଞ୍ଚ ନେଇଥିଲେ। ମାର୍ଚ୍ଚ ୨ରେ ତାଙ୍କୁ ଗିରଫ କରାଯାଇ ଜେଲରେ ପଠାଯାଇଥିଲା । ତାଙ୍କୁ ମଧ୍ୟ ବିଦା କରାଯାଇଛି ଚାକିରିରୁ ।

ସେହିପରି ଗଜପତି ଜିଲ୍ଲା ନୂଆଗଡ଼ ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ସେ ଅଫିସ ଭିତରେ ୩୦ ହଜାର ଟଙ୍କା ଲାଂଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ତାଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave A Reply

Your email address will not be published.