ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଭୋଟ ଦେଲେ ନବୀନ

0

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଳାସପଲ୍ଲୀ ୟୁପି ସ୍କୁଲରେ ହୋଇଥିବା ବୁଥରେ ନବୀନ ଭୋଟ ଦେଇଛନ୍ତି । ନବୀନ ନିବାସରୁ ମତଦାନ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଚାଲି ଚାଲି ଯାଇଥିଲେ । ଚାଲି ଚାଲି ଯାଇ ଭୁବନେଶ୍ୱର ମହାନଗର ନିଗମର ୫୩ ନମ୍ବର ୱାର୍ଡର ୫୪୪ ନମ୍ବର ବୁଥରେ ନିଜ ମତାଧିକାରୀ ସାବ୍ୟସ୍ତ କରିଛନ୍ତି ।

ସେହିପରି ଭୋଟ ଦେବା ପରେ ମଧ୍ୟ ଚାଲି ଚାଲି ନବୀନ ନିବାସକୁ ଫେରିଥିଲେ । ସେହିପରି ୫ ଟି ସଚିବ ଭି କାର୍ତ୍ତିର୍କେୟନ ପାଣ୍ଡିଆନ ମଧ୍ୟ ଧାଡିରେ ଛିଡା ହୋଇ ଭୋଟ ଦେଇଛନ୍ତି । ଭୁବନେଶ୍ୱର ୟୁନିଟ ୬ ସ୍ଥିତ ହାଇସ୍କୁଲ ୪୬ ନମ୍ବର ୱାର୍ଡର ୪୮୩ ନମ୍ବର ବୁଥରେ ଭି.କାର୍ତ୍ତିର୍କେୟନ ପାଣ୍ଡିଆନ ଓ ପତ୍ନୀ ସୁଜାତା ପାଣ୍ଡିଆନ ଭୋଟ ଦେଇଛନ୍ତି । ଜଣେ ସଚେତନ ନାଗରିକ ଭାବେ ଲମ୍ବା ଧାଡିରେ ଛିଡା ହୋଇ ସେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ।

ଆଜି ରାଜ୍ୟରେ ପୌର ନିର୍ବାଚନ ପାଇଁ ପଡୁଛି ଭୋଟ । ସକାଳ ୮ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ୩ଟି ମହାନଗର ନିଗମ ଓ ୧୦୬ଟି ପୌର ପରିଷଦ ପାଇଁ ଭୋଟ ଗ୍ରହଣ ଚାଲିଛି । ସନ୍ଧ୍ୟା ୫ଟା ଯାଏଁ ଭୋଟ ଗ୍ରହଣ ଚାଲିବ । ୪୭ଟି ମ୍ୟୁନିସପାଲଟି ଓ ୫୯ଟି ଏନଏସି ପାଇଁ ମତଧିକାର ସାବ୍ୟସ୍ତ କରୁଛନ୍ତି ଭୋଟର । ମତଦାନକୁ ସ୍ୱଚ୍ଚ ଓ ନିରପେକ୍ଷ କରିବା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଭୋଟ ଗ୍ରହଣ ପ୍ରକ୍ରିୟାକୁ ଶାନ୍ତି ଶୃଙ୍ଖଳାର ସହ ସାରିବା ପାଇଁ ୧୯୫ ପ୍ଲାଟୁନ ପୁଲିସ ମୁତୟନ ହୋଇଛନ୍ତି ।

Leave A Reply

Your email address will not be published.