ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଭୋଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

0

ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମତଦାନ କେନ୍ଦ୍ରକୁ ଚାଲିଚାଲି ଯାଇ ମତାଧିକାର ସାବ୍ୟସ୍ତ କରିଛନ୍ତି । ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇ ମଧ୍ୟ ଜଣେ ସାଧାରଣ ନାଗରିକ ଭାବେ ସବୁ ନିୟମ ପାଳନ କରି ଭୋଟ ଦେଇଛନ୍ତି ନବୀନ ପଟ୍ଟନାୟକ । ଭୋଟ ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଭୋଟ ଦେବାକୁ ଆହ୍ୱାନ ଦେଇଛନ୍ତି ।

ଟ୍ୱିଟ କରି କହିଛନ୍ତି ଯେ, ପ୍ରତ୍ୟେକଟି ଭୋଟ ମୂଲ୍ୟବାନ । ରାଜ୍ୟରେ ଆରମ୍ଭ ହୋଇଥିବା ପୌର ନିର୍ବାଚନରେ ବିପୁଳ ସଂଖ୍ୟାରେ ସାମିଲ ହୋଇ ଗଣତନ୍ତ୍ରକୁ ଆହୁରି ମଜବୁତ କରିବା । ଭୋଟ ଦେବା ସମୟରେ କୋଭିଡ ନିୟମ ପାଳନ ପ୍ରତି ବିଶେଷ ଧ୍ୟାନ ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ନିଜେ ଭୋଟ ଦେବା ସହ ସମସ୍ତଙ୍କୁ ଭୋଟ ଦେବାକୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଜି ନବୀନ ନିବାସରୁ ବାହାରି ମୁଖ୍ୟମନ୍ତ୍ରୀ ପଳାସପଲ୍ଲୀ ବୁଥର ୫୩ ନମ୍ବର ୱାର୍ଡରେ ଭୋଟ ଦେବାକୁ ପହଞ୍ଚିଥିଲେ । ଭୋଟ ଦେବା ପରେ ବୁଥରୁ ବାହରି ହାତରେ ଲାଗିଥିବା କାଳିକୁ କ୍ୟାମେରା ଆଗରେ ଦେଖାଇଥିଲେ । ଏବଂ ପୁଣି ଚାଲି ଚାଲି ଭୋଟ କେନ୍ଦ୍ରରୁ ନବୀନ ନିବାସ ଫେରିଥିଲେ ।

Leave A Reply

Your email address will not be published.