ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

୭ମ ବେତନ କମିଶନ ବାବଦ ବକେୟା ୨୦% ଅର୍ଥ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0
  • ଏହାଦ୍ବାରା କର୍ମଚାରୀମାନେ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ
  • ପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛି
  • ଉପକୃତ ହେବେ ୪ ଲକ୍ଷ କର୍ମଚାରୀ, ୮୫୦ କୋଟି ଟଙ୍କା ବ୍ୟୟ ବରାଦ

ଭୁବନେଶ୍ବର: ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି. ଏହାଦ୍ବାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ। ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟ୍ରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମା ରେ ପାଇପାରିବେ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ସପ୍ତମ ବେତନ କମିଶନ ର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ। କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ 20 ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା। ସୂଚନାଯୋଗ୍ୟ ଯେ, ପେନ୍ସନଭୋଗୀ ମାନେ ମଧ୍ୟ ସେମାନଙ୍କ ଦରମାର ଶତକଡା ୧୦୦ ପ୍ରତିଶତ ପାଇସାରିଛନ୍ତି।

Leave A Reply

Your email address will not be published.