ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ସଂସଦ ଭବନରେ ମୁଖ୍ୟମନ୍ତ୍ରୀ, ସାଂସଦଙ୍କୁ ଦେଲେ ପରାମର୍ଶ

0

ତିନି ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂସଦ ଭବନରେ ଦଳୀୟ ସାଂସଦ ମାନଙ୍କ ସହ ଆଲୋଚନା କରିଛନ୍ତି । ସଂସଦରେ ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ଶାଣିତ ସ୍ୱରରେ ଉଠାଇବାକୁ ମୁଖ୍ୟମନ୍ତ୍ରୀ ସାଂସଦଙ୍କୁ ପରାମର୍ଶ ଦେଇଛନ୍ତି । ଓଡିଶାର ପୁରୁଣା ପ୍ରସଙ୍ଗ ଓ ସ୍ୱାର୍ଥକୁ ନେଇ ଦଳୀୟ ସାଂସଦଙ୍କ ସହ ଆଲୋଚନା ବେଳେ ଗମ୍ଭୀରତା ସହ ରାଜ୍ୟର ପୁରୁଣା ଦାବିକୁ ଉଭୟ ଗୃହରେ ଉପସ୍ଥାପନା ପାଇଁ ସେ ସାଂସଦଙ୍କୁ ପରାମର୍ଶ ଦେଇଛନ୍ତି ନବୀନ ।

ନବୀନ ସଂସଦ ଭବନରେ ପହଞ୍ଚିବା ପରେ ବିଜେଡି ସାଂସଦ ମାନେ ତାଙ୍କୁ ପାଛୋଟି ନେଇଥିଲେ । ସାଂସଦ ମାନଙ୍କ ସହ ଫଟୋ ବି ଉଠାଇଛନ୍ତି ନବୀନ । ତେବେ ରାଷ୍ଟ୍ରପତି ନିର୍ବାଚନ ନେଇ ସାମ୍ବାଦିକଙ୍କ ଉ ରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରପତି ନିର୍ବାଚନ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇନାହିଁ । ସରକାର କିମ୍ବା ବିରୋଧୀ ଦଳ କେହି ଏନେଇ ବିଜେଡି ସହ ଆଲୋଚନା କରିନାହାନ୍ତି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କିମ୍ବା ଗୃହମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ନାହିଁ ବୋଲି ମଧ୍ୟ କହିଛନ୍ତି ନବୀନ । ପ୍ରଧାନମନ୍ତ୍ରୀ କିମ୍ବା ଅମିତ ଶାହାଙ୍କ ସହ କୌଣସି ବୈଠକ ହେବନି ବୋଲି କହିଛନ୍ତି ।

Leave A Reply

Your email address will not be published.