ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଆଜି ଆସିବ କାମଚଳା ବଜେଟ

0

ଆଜି ବିଧାନସଭାରେ ଆଗତ ହେବ କାମଚଳା ବଜେଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନା କରିବେ । ୨୦୨୨-୨୩ ବର୍ଷ ନିମନ୍ତେ ୧ ଲକ୍ଷ ୬ ହଜାର କୋଟି ଟଙ୍କାର ଲେଖାନୁଦାନ ଗୃହରେ ରଖାଯିବାର କାର୍ଯ୍ୟକ୍ରମ ରହିଛି । ଅର୍ଥମନ୍ତ୍ରୀ ଗୃହରେ ପ୍ରଥମେ ବଜେଟ ଆକଳନ ଉପସ୍ଥାପନା କରିବେ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅନ୍ୟ ଏକ ମୋସନ ମାଧ୍ୟମରେ ପ୍ରାୟ ୧ଲକ୍ଷ ୬ ହଜାର ୪୯୭ କୋଟି ଟଙ୍କାର ଭୋଟ ଅନ ଆକାଉଣ୍ଟ ଗ୍ରାଣ୍ଟ ନିମନ୍ତେ ଗୃହର ଅନୁମତି ପାଇଁ ଉପସ୍ଥାପନା କରିବେ । ଯାହାକି ମାର୍ଚ୍ଚ ୩୧ ତାରିଖରେ ବ୍ୟୟ ମଞ୍ଜୁର ବିଲ ଆକାରରେ ଗୃହରେ ଅନୁମୋଦନ ଲାଭ କରିବାର କାର୍ଯ୍ୟକ୍ରମ ରହିଛି ।

ଆସନ୍ତା ଆର୍ଥିକ ବର୍ଷରେ ପୂଣ୍ଣାଙ୍ଗ ବଜେଟ ୧୮ ପ୍ରତିଶତ ବୃଦ୍ଧି ପାଇ ୨ ଲକ୍ଷ କୋଟି ଟପିବ ବୋଲି ଆଶା କରାଯାଉଛି । ରବିବାର ମନ୍ତ୍ରୀ ପରିଷଦ ଓ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ କାମଚଳା ବଜେଟକୁ ଅନୁମୋଦନ ମିଳିଥିଲ।। ଗତକାଲି ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହୋଇଥିଲା । ଯେଉଁଥିରେ ରାଜ୍ୟ ଅର୍ଥନୀତିର ଏକ ଗୋଲାପୀ ଚିତ୍ର ଅଙ୍କାଯାଇଛି । ରିପୋର୍ଟ ଅନୁସାରେ ଜାତୀୟ ଅଭିବୃଦ୍ଧି ହାର ତୁଳନାରେ ରାଜ୍ୟ ଅଭିବୃଦ୍ଧି ହାର ଅଧିକ ରହିବାର ଆକଳନ କରାଯାଉଛି ।

ବର୍ଷ ୨୦୨୧-୨୨ ପାଇଁ ଜାତୀୟ ଅଭିବୃଦ୍ଧି ହାର ୮.୮ ପ୍ରତିଶତରୁ ଅଧିକ ହେବାର ଆକଳନ କରାଯାଉଥିବା ବେଳେ ରାଜ୍ୟ ଅଭିବୃଦ୍ଧି ହାର ୧୦.୧ ପ୍ରତିଶତ ହେବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ୨୦୨୦-୨୧ ତୁଳନାରେ ୨୦୨୧-୨୨ରେ ମୁଣ୍ଡପିଛା ଆୟ ୧୬.୮ ପ୍ରତିଶତ ବଢିବା ଆକଳନ ହୋଇଛି । ଏହା ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ଆୟ ୧ ଲକ୍ଷ ୨୭ ହଜାର ୩୮୩ ଟଙ୍କା ହେବାର ଆକଳନ କରିଛନ୍ତି ସରକାର ।

Leave A Reply

Your email address will not be published.