ପ୍ରମୁଖ ଖବର

ଅଣ ସେବାୟତଙ୍କୁ ରଥ ଉପର ମନା, ଚଢ଼ିଲେ ହେବେ ଗିରଫ
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ : ଜି-୭ ସମ୍ମିଳନୀରେ ଦେବେ ଯୋଗ
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍‌, ଭାସିଗଲେ ୨୦ ପର୍ଯ୍ୟଟକ
କେବଳ ଯାତ୍ରୀ ନୁହେଁ ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

ସ୍ଥଗିତ ଥିବା ସ୍ଥାନରେ ପୁଣି ହେବ ନିର୍ବାଚନ

0

ନିର୍ବାଚନ ସ୍ଥଗିତ ଥିବା ସ୍ଥାନରେ ଆସନ୍ତା ମେ’ ମାସ ୨୭ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଗତ ଫେବ୍ରୁଆରିରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ କିଛି ସ୍ଥାନରେ ନିର୍ବାଚନ ସ୍ଥଗିତ ରହିଥିଲା। ଏବେ ସ୍ଥଗିତ ସ୍ଥାନରେ ଭୋଟ ଗ୍ରହଣ କରାଯିବ। 

ମେ’ ୨୭ ତାରିଖରେ ସେହି ସବୁ ସ୍ଥାନରେ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ଏଥିପାଇଁ ଏପ୍ରିଲ୍ ୨୬ ତାରିଖରେ ନିର୍ବାଚନ ଅଧିକାରୀ ନୋଟିସ୍ ଜାରି କରିବେ। ଏପ୍ରିଲ ୨୯ରୁ ମେ’ ୨ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ହେବ। ମେ’ ୪ରେ ସେଗୁଡ଼ିକର ଯାଞ୍ଚ କରାଯିବ। ମେ’ ୫ରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହର ହୋଇପାରିବ। ସେହିଦିନ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ମଧ୍ୟ ପ୍ରକାଶ ପାଇବ।

ମେ’ ୨୭ ତାରିଖ ସକାଳ ୭ଟାରୁ ଦିନ ୧ଟା ଯାଏ ଭୋଟ୍ ଗ୍ରହଣ କରାଯିବ। ୨୮ ତାରିଖରେ ଭୋଟ୍ ଗଣତି ସହିତ ଫଳାଫଳ ଘୋଷଣା କରାଯିବ। ମେ’ ୩୧ ତାରିଖରେ ବିଜୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ କହିଛନ୍ତି ଯେ ପୂର୍ବରୁ ନାମାଙ୍କନ ପତ୍ର ଦାଖଲ କରିଥିବା ପ୍ରାର୍ଥୀମାନେ ପୁନର୍ବାର ନାମାଙ୍କନ ପତ୍ର ଦାଖଲ କରିବାର ଆବଶ୍ୟକତା ନାହିଁ। ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ଅଞ୍ଚଳ ଗୁଡ଼ିକରେ ଏପ୍ରିଲ୍‌ ୨୧ ତାରିଖ ଅର୍ଥାତ୍ ଆଜି ଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଯାଇଛି। ଏହା ମେ’ ୨୮ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

Leave A Reply

Your email address will not be published.