ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଓଡିଶାରେ ତାତି ଆହୁରି ବଢ଼ିବ

0

ଆହୁରି ୫ ଦିନ ରହିପାରେ ଟାଣ ଖରା । ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିପାରେ ତାତି । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ । ୩୦ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତକାଲି ସବୁଠୁ ଉତ୍ତପ୍ତ ସହର ହୋଇଥିଲା ବୌଦ୍ଧ ଜିଲ୍ଲା । ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୪ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଝାରସୁଗୁଡାରେ ୪୩ ଦଶମିକ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ୯ଟି ସ୍ଥାନର ତାପମାତ୍ରା ୪୩ ଡିଗ୍ରୀ ପାର କରିଥିଲା । ସେହିପରି ୪୨ ଡିଗ୍ରୀ ଉପରେ ୧୪ ସହର ରହିଥିବା ବେଳେ ୪୦ ଡିଗ୍ରୀ ଉପରେ ୨୨ଟି ସହରର ତାପମାତ୍ରା ରେକର୍ଡ କରାଯାଇଥିଲା ।

ଏଭଳି ତାତି ଆଗକୁ କମିବାର ସମ୍ଭାବନା ବି ନାହିଁ । ଆହୁରି ୫ଦିନ ତାତି ଜାରି ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଆହୁରି ବଢ଼ିବ । ରାଜ୍ୟରେ ତାତିକୁ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏଭଳି ପୂର୍ବାନୁମାନ କରିଛନ୍ତି । ସେ କହିଛନ୍ତି, ୩୦ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡିଶାରେ ଏଭଳି ଭୀଷଣ ଗ୍ରୀଷ୍ମ ଲହରୀ ଜାରି ରହିବ । ବୈଶାଖ ଓ ଜ୍ୟେଷ୍ଠ ମାସରେ ତାପମାତ୍ରା ଅଧିକ ରୁହେ । ତେବେ ୩୦ ତାରିଖ ଭିତରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.