ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଆଜିଠୁ ଆରମ୍ଭ +୨ ପରୀକ୍ଷା

0

ଆଜିଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଛି ।ଦୁଇ ବର୍ଷ ପରେ ଅଫଲାଇନରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୧୧୩୩ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୨୧ ହଜାର ୫୦୮ ଜଣ ପରୀକ୍ଷା ଦେବେ । ଏମାନଙ୍କ ମଧ୍ୟରୁ ୨,୧୩,୪୩୨ କଳା, ୭୮,୦୭୭ ବିଜ୍ଞାନ, ୨୪,୧୩୬ ବାଣିଜ୍ୟ ଏବଂ ୫,୮୬୩ ଜଣ ଧନ୍ଦାମୂଳକ ଶିକ୍ଷାରେ ପରୀକ୍ଷା ଦେବେ । ପ୍ରଥମ ଦିନରେ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ଓଡିଆ ପରୀକ୍ଷା ହେବ ।

ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୧୨ଟା ଯାଏ ଚାଲିବ । ଏହାପୂର୍ବରୁ ସକାଳ ୬ଟାରୁ ୨୦୨ଟି ହବ୍‌ରେ ଥିବା ପ୍ରଶ୍ନପତ୍ର ଗୁଡ଼ିକ ନିକଟସ୍ଥ ପରୀକ୍ଷା କେନ୍ଦ୍ରଗୁଡ଼ିକୁ କଡ଼ା ସୁରକ୍ଷା ଭିତରେ ପଠାଯିବ । ଛାତ୍ରଛାତ୍ରୀ ପରୀକ୍ଷାର ୩୦ ମିନିଟ୍‌ ପୂର୍ବରୁ କେନ୍ଦ୍ର ଭିତରକୁ ଯିବେ । ଆଉ ପରୀକ୍ଷା ଆରମ୍ଭର ୧୫ ମିନିଟ୍‌ ପୂର୍ବରୁ ସେମାନେ ଗୃହରେ ପହଞ୍ଚିବେ । ଅଧଘଣ୍ଟା ପରେ କୌଣସି ପରୀକ୍ଷାର୍ଥୀଙ୍କୁ ଆଉ କେନ୍ଦ୍ର ଭିତରକୁ ଯିବାକୁ ଅନୁମତି ମିଳିବ ନାହିଁ । ଏଥର ପରୀକ୍ଷାର୍ଥୀଙ୍କୁ ୨୮ ପୃଷ୍ଠା ବିଶିଷ୍ଟ ଗୋଟିଏ ଉତ୍ତର ଖାତା ଦିଆଯିବ । ଆଉ ଅତିରିକ୍ତ ଖାତା ମିଳିବ ନାହିଁ । ପ୍ରଶ୍ନପତ୍ର ୪ଟି ସେଟ୍‌ର ରହିଛି । ସେଟ୍‌ ଅନୁସାରେ ଛାତ୍ରଛାତ୍ରୀଙ୍କ ବସିବା ସ୍ଥାନକୁ ପ୍ରସ୍ତୁତ କରାଯାଇଛି । ଛାତ୍ରଛାତ୍ରୀଙ୍କୁ ପରୀକ୍ଷାର ୧୦ ମିନିଟ୍‌ ପୂର୍ବରୁ ଉତ୍ତରଖାତା ଓ ୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ଦିଆଯିବ ।

କପି ରୋକିବାକୁ ସମସ୍ତ କେନ୍ଦ୍ରରେ ସିସିଟିଭି ଲାଗିଛି । ତ୍ରିସ୍ତରୀୟ ସ୍କ୍ୱାଡ୍‌ ବ୍ୟବସ୍ଥା ହୋଇଛି । ଏହାସହ ଜିଲ୍ଲା ଶିକ୍ଷା ଅଧିକାରୀ, ଆଞ୍ଚଳିକ ଶିକ୍ଷା ଅଧିକାରୀ ଓ ବିଭାଗର ଅନ୍ୟ ଅଧିକାରୀମାନେ ପରୀକ୍ଷା ତଦାରଖ କରିବେ । ପ୍ରଶ୍ନପତ୍ର ବା ଉତ୍ତର ଖାତା ଆଦି ବିଷୟରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି । ଏମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ପରୀକ୍ଷା ସମୟରେ କେନ୍ଦ୍ରକୁ କୌଣସି ଛାତ୍ରଛାତ୍ରୀ, ପରୀକ୍ଷକ ତଥା ଅନ୍ୟ କର୍ମଚାରୀମାନେ ମୋବାଇଲ୍‌ ନେଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଛି ବିଭାଗ । କରୋନା କଟକଣା ଓ ଖରାକୁ ଦୃଷ୍ଟିରେ ରଖି ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି। ପର୍ଯ୍ୟାପ୍ତ ପାଣି ମହଜୁଦ ରଖିବା ସହ ନିରବଚ୍ଛିନ ବିଜୁଳି ଯୋଗାଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.