ପ୍ରମୁଖ ଖବର

ଘୋଷଣା ହେଲା ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; ‘ପୁଷ୍କରା’, ‘ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌’ ଓ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ତଦନ୍ତ ସରିଲା, ଆଜି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇପାରେ କମିଟି
ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା ସ୍କୁଲ୍ ବ୍ୟାଗ୍
ରଥଯାତ୍ରାରେ ପିପିଲି ଟୋଲ୍‌ ଫି’ ଛାଡ଼, ଚଳାଚଳ କରିବ ହଜାରେ ବସ୍‌
ବିଜେଡିରେ ସାମିଲ ହେଲେ ସୁଜାତା ଆର୍ କାର୍ତ୍ତିକେୟନ

ଆଗକୁ ବଢ଼ିପାରେ କରୋନା ସଂକ୍ରମଣ

0

ଆସନ୍ତା ୩ ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବଢିବାର ଆଶଙ୍କା ରହିଛି। ସତର୍କ କରାଇଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ରାଜ୍ୟ ସରକାର କରୋନା ଲଢେଇ ପାଇଁ ପ୍ରସ୍ତୁତ ଅଛନ୍ତି। ଏହାକୁ ଦୃଷ୍ଟିରେ ରଖି ସ୍ଵାସ୍ଥ୍ୟ ଭିତ୍ତିଭୂମିକୁ ପ୍ରସ୍ତୁତ ରଖାଯାଇଛି। ହସ୍ପିଟାଲ ମଧ୍ୟ ପ୍ରସ୍ତୁତ ଅଛି। ଯଦି ସଂକ୍ରମଣ ବଢେ ତାହେଲେ ହସ୍ପିଟାଲକୁ ତୁରନ୍ତ ଖୋଲି ଦିଆଯିବ। ସବୁ ଜିଲ୍ଲା ଗୁଡ଼ିକୁ ମଧ୍ୟ କଡ଼ା ନଜର ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏପଟେ, ରାଜ୍ୟରେ ଏବେ ସଂକ୍ରମଣ ୧୦ ରୁ ୨୦ ଭିତରେ ରହୁଛି। କେହି ଜଣେ ମଧ୍ୟ ଡାକ୍ତରଖାନାରେ ନାହାଁନ୍ତି। ତେଣୁ ରାଜ୍ୟ ସରକାର କୋଭିଡ୍‌କୁ ଜଗିବା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା ଆପଣେଇଛନ୍ତି। ରାଜ୍ୟରେ ଟିକାକରଣ ବୃଦ୍ଧି କରାଯାଇଛି। ହେଲେ ସମସ୍ତଙ୍କୁ କରୋନା କଟକଣା ମାନିବାକୁ ପଡ଼ିବ ବୋଲି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Leave A Reply

Your email address will not be published.