ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ

0

ରାଜ୍ୟ ସରକାର ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ମେ ୨ ତାରିଖରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ହେବ। ତୃତୀୟରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ଟାରୁ ସ୍କୁଲ ଯିବେ । ସେହିପରି ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ହେବ ପରୀକ୍ଷା । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।ଦଶମ ଓ ଦ୍ବାଦଶ  ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସକାଳ ୬ଟାରୁ ସ୍କୁଲ ଯିବେ ବୋଲି ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି।  ଦଶମ  ଓ କାଉନସିଲ ପକ୍ଷରୁ ଚାଲୁ ରହିଥିବା ପରୀକ୍ଷା ସୂଚୀରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ରାଜ୍ୟରେ ଜାରି ରହିଛି ଖରାର ପ୍ରକୋପ। ଏନେଇ ଏପ୍ରିଲ ୨୫ ତାରିଖରୁ ୫ ଦିନ ପାଇଁ ସରକାର ସ୍କୁଲ କଲେଜ ବନ୍ଦ ଘୋଷଣା କରିଛନ୍ତି । ତେବେ ଆହୁରି ଖରା ବଢିବାର ସମ୍ଭାବନା ଥିବାରୁ ପୁଣି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି । ଆଜି ରାଜ୍ୟରେ ୩ଟି ସ୍ଥାନରେ ୪୫ ଡିଗ୍ରୀ ରେକର୍ଡ କରାଯାଇଛି ତାପମାତ୍ରା ।

ସୂଚନାଯୋଗ୍ୟ ଯେ, ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ଆରମ୍ଭ କରାଯାଇଥିଲା। କିନ୍ତୁ ତାତି ବଢିବାରୁ ସରକାର ଏହାକୁ ଦୃଷ୍ଟିରେ ରଖି ମେ ୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିଛନ୍ତି।

Leave A Reply

Your email address will not be published.