ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ

0

ରାଜ୍ୟ ସରକାର ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ମେ ୨ ତାରିଖରୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ହେବ। ତୃତୀୟରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ଟାରୁ ସ୍କୁଲ ଯିବେ । ସେହିପରି ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ହେବ ପରୀକ୍ଷା । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।ଦଶମ ଓ ଦ୍ବାଦଶ  ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସକାଳ ୬ଟାରୁ ସ୍କୁଲ ଯିବେ ବୋଲି ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି।  ଦଶମ  ଓ କାଉନସିଲ ପକ୍ଷରୁ ଚାଲୁ ରହିଥିବା ପରୀକ୍ଷା ସୂଚୀରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

ରାଜ୍ୟରେ ଜାରି ରହିଛି ଖରାର ପ୍ରକୋପ। ଏନେଇ ଏପ୍ରିଲ ୨୫ ତାରିଖରୁ ୫ ଦିନ ପାଇଁ ସରକାର ସ୍କୁଲ କଲେଜ ବନ୍ଦ ଘୋଷଣା କରିଛନ୍ତି । ତେବେ ଆହୁରି ଖରା ବଢିବାର ସମ୍ଭାବନା ଥିବାରୁ ପୁଣି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି । ଆଜି ରାଜ୍ୟରେ ୩ଟି ସ୍ଥାନରେ ୪୫ ଡିଗ୍ରୀ ରେକର୍ଡ କରାଯାଇଛି ତାପମାତ୍ରା ।

ସୂଚନାଯୋଗ୍ୟ ଯେ, ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ଆରମ୍ଭ କରାଯାଇଥିଲା। କିନ୍ତୁ ତାତି ବଢିବାରୁ ସରକାର ଏହାକୁ ଦୃଷ୍ଟିରେ ରଖି ମେ ୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିଛନ୍ତି।

Leave A Reply

Your email address will not be published.