ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

ନିର୍ମାଣଧିନ କୋଠାରୁ ମିଳିଲା ସିକ୍ୟୁରିଟ ଗାର୍ଡର ମୃତଦେହ

0

ରାଜଧାନୀର ଅଶୋକ ନଗରରେ ଥିବା ବାସୁଦେବ ଟ୍ରେଡ ସେଣ୍ଟରରେ ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିବା ସନ୍ତୋଷ ରାଉତଙ୍କ ମୃତଦେହ ମିଳିଛି। କୁହାଯାଉଛି ରାତିରେ କିଏ ଛାତ ଉପରୁ ଠେଲି ଦେଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।

ମୃତ ସିକ୍ୟୁରିଟି ଗାର୍ଡଙ୍କ ନାଁ ସନ୍ତୋଷ କୁମାର ରାଉତ। ତାଙ୍କୁ ୩୨ ବର୍ଷ ହୋଇଥିଲା। ତାଙ୍କ ଘର ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅନ୍ତର୍ଗତ ଛଚିନାରେ। ସେ ମାସେ ହେଲା ଅଶୋକ ନଗରର ଏହି ନିର୍ମାଣାଧୀନ କୋଠାରେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ କାନ, ମୁହଁରେ ଆଘାତ ଲାଗିଥିବା ବେଳେ ବହୁତ ରକ୍ତସ୍ରାବ ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ତାଙ୍କ ସହିତ ଏମିତି ଏକ ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇନି।

ପୁଲିସ୍ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରୁଛନ୍ତି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଉଛି। ସେହିଭଳି ଉକ୍ତ କୋଠାରେ ଲାଗିଥିବା ସିସିଟିଭିକୁ ପୁଲିସ୍ ଜବତ କରିଛି।

Leave A Reply

Your email address will not be published.