ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ବାଘୁଆ ମହୁମାଛିଙ୍କ ଆକ୍ରମଣରେ ଛାତ୍ରଙ୍କ ସମେତ ସ୍କୁଲ କର୍ମଚାରୀ ଆହତ

0

ବାଘୁଆ ମହୁମାଛି ଆକ୍ରମଣରେ ୮ ରୁ ୧୦ ଜଣ ଛାତ୍ରଙ୍କ ସମେତ, ସ୍କୁଲ ରୋଷେୟା, ୨ ଜଣ ଅଭିଭାବକ ଓ ଶିକ୍ଷକ ଆହତ ହୋଇଛନ୍ତି।। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ପଞ୍ଚାୟତର ଜୁବିଲୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି।

ସୂଚନାନୁସାରେ, ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ପଞ୍ଚାୟତର ଜୁବିଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ଏକ ବରଗଛରେ ବସା ବାନ୍ଧିଥିବା ବାଘୁଆ ମହୁମାଛି ହଠାତ୍ ସ୍କୁଲ ଭିତରକୁ ଦଳବାନ୍ଧି ପ୍ରବେଶ କରି ଆକ୍ରମଣ କରିଥିଲେ। ସ୍କୁଲରେ ପାଠ ପଢୁଥିବା ୮ ରୁ ୧୦ ଜଣ ଛାତ୍ର, ୩ ଜଣ ସ୍କୁଲ ରୋଷେଇୟା, ଜଣେ ଅଭିଭାବକ ଓ ଜଣେ ଶିକ୍ଷକ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତେବେ ଖୁବ୍ ଶୀଘ୍ର ବନ ବିଭାଗ ସ୍କୁଲ୍ ପରିସରରୁ ଏହି ମହୁମାଛି ବସା ହଟାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Leave A Reply

Your email address will not be published.