ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଡେନମାର୍କରେ ମୋଦୀଙ୍କ ଓଡିଶାର ପଟ୍ଟଚିତ୍ର ଚର୍ଚ୍ଚା

0

• ଓଡ଼ିଶାର ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ
• ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ଦେଖାଇଥିଲେ
• ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ

ଭୁବନେଶ୍ୱର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡ଼େନମାର୍କ ପ୍ରଧାନମନ୍ତ୍ରୀ ଓଡ଼ିଶାର ପଟ୍ଟଚିତ୍ର ଦେଖାଇବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ଅନନ୍ୟ କଳା ସଂସ୍କୃତି, ପଟ୍ଟଚିତ୍ର, ଭାସ୍କର୍ଯ୍ୟକୁ ପ୍ରଧାନମନ୍ତ୍ରୀ ବିଶ୍ୱ ଦରବାରରେ ପହଞ୍ଚାଇଥିବାରୁ ଓଡ଼ିଶା ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁରୋପ ଗସ୍ତ ସମୟରେ ଆଜି ଡେନମାର୍କ ଗସ୍ତ କରିଛନ୍ତି । ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ଫ୍ରେ ଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ଦେଖାଇଥିଲେ।

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ । ଓଡ଼ିଶାର ଏହି ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶା ଏବଂ ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

Leave A Reply

Your email address will not be published.