ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଡେନମାର୍କରେ ମୋଦୀଙ୍କ ଓଡିଶାର ପଟ୍ଟଚିତ୍ର ଚର୍ଚ୍ଚା

0

• ଓଡ଼ିଶାର ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ
• ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ଦେଖାଇଥିଲେ
• ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ

ଭୁବନେଶ୍ୱର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଡ଼େନମାର୍କ ପ୍ରଧାନମନ୍ତ୍ରୀ ଓଡ଼ିଶାର ପଟ୍ଟଚିତ୍ର ଦେଖାଇବା ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ଅନନ୍ୟ କଳା ସଂସ୍କୃତି, ପଟ୍ଟଚିତ୍ର, ଭାସ୍କର୍ଯ୍ୟକୁ ପ୍ରଧାନମନ୍ତ୍ରୀ ବିଶ୍ୱ ଦରବାରରେ ପହଞ୍ଚାଇଥିବାରୁ ଓଡ଼ିଶା ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁରୋପ ଗସ୍ତ ସମୟରେ ଆଜି ଡେନମାର୍କ ଗସ୍ତ କରିଛନ୍ତି । ଡ଼େନମାର୍କର ପ୍ରଧାନମନ୍ତ୍ରୀ ମେଟ୍ଫ୍ରେ ଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ଦେଖାଇଥିଲେ।

ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ । ଓଡ଼ିଶାର ଏହି ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶା ଏବଂ ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

Leave A Reply

Your email address will not be published.