ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ

0

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରସ୍ତୁତି ବୈଠକ । ବାତ୍ୟା ଯୋଗୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭର୍ଚ୍ଚୁଆଲ ରେ ଆଲୋଚନା କରିବେ ସ୍ୱତନ୍ତ୍ର ରିଲିଫ କମିଶନର । ବାତ୍ୟା ସମୟରେ ଲୋକଙ୍କର ସୁବିଧା,ଜୀବନହାନୀ ଓ କମ୍ କ୍ଷୟକ୍ଷତି ନେଇ ଆଜିର ବୈଠକରେ ଆଲୋଚନା ହେବର ଯୋଜନା ରହିଛି । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ ଏସ୍ଆରସି।

ଏହା ପୂର୍ବରୁ ଗତକାଲିଠାରୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି । ଜିଲ୍ଲା ଏମରଜେନ୍ସି ଅଫିସ ଓ କଣ୍ଟ୍ରୋଲ ରୁମ୍ ଦିନରାତି ଖୋଲା ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ବଳ ସ୍ଥାନ ଚିହ୍ନଟ ସହ ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ ସେଠାରୁ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ରହିଛି । ବିଶେଷ କରି ଉପକୂଳବର୍ତ୍ତୀ ଅଞ୍ଚଳରେ ମାଟିଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର ପାଇଁ କୁହାଯାଇଛି । ସୁରକ୍ଷିତ ସ୍ଥାନ ବା କୋଠା ଚିହ୍ନଟ କରି ସେହିଠାରେ ବାତ୍ୟା ଆଶ୍ରୟସ୍ଥଳୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ଥାନୀୟ ବିଡିଓ ଓ ତହସିଲଦାରଙ୍କ ଦ୍ୱାରା ବାତ୍ୟା ଆଶ୍ରୟସ୍ଥଳୀକୁ ନିରୀକ୍ଷଣ କରାଇବାକୁ କୁହାଯାଇଛି ।

ସୂଚନାଯୋଗ୍ୟ, ଏ ପର୍ଯ୍ୟନ୍ତ ବାତ୍ୟା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ମିଳି ପାରିନି।ଏହାପରେ ହିଁ ବାତ୍ୟା ଚିତ୍ର ସ୍ପଷ୍ଟ ହୋଇପାରିବ । ଏହା କେଉଁଠି ଲ୍ୟାଣ୍ଡଫଲ୍‌ କରିବ, କେତେ ତୀବ୍ର ରହିବ ସେ ନେଇ ସଠିକ୍‌ ଆକଳନ କରିହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।ତେବେ ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି ବୋଲି ସେ କହିଛନ୍ତି ।

Leave A Reply

Your email address will not be published.