ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ସୁବ୍ରତଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ କୋର୍ଟ

0

ପାଟଣା: ସୁବ୍ରତ ରାୟଙ୍କୁ କୋର୍ଟରେ ହାଜର ହେବାକୁ ବାରମ୍ବାର ନୋଟିସ୍ କରାଯାଇଥିଲା । କିନ୍ତୁ ଏହାକୁ ପ୍ରତ୍ୟାଖ୍ୟାନ କରିଆସୁଥିଲେ ସାହାରା ଗ୍ରୁପର ଚେୟାରମ୍ୟାନ୍ ସୁବ୍ରତ ରାୟ । ଫଳରେ ତାଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛନ୍ତି କୋର୍ଟ । ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ସତ୍ତ୍ବେ ଶୁକ୍ରବାର କୋର୍ଟରେ ହାଜର ହୋଇନଥିଲେ ସୁବ୍ରତ । ଫଳରେ ତାଙ୍କ ବିରୋଧରେ ଆରେଷ୍ଟ ୱାରେଣ୍ଟ ଜାରି କରାଯାଇଛି ।

ସୁବ୍ରତ ରାୟଙ୍କୁ ଗିରଫ କରିବାକୁ ପାଟଣା କୋର୍ଟ ୩ଟି ରାଜ୍ୟର ପୋଲିସ ମହାନିର୍ଦ୍ଦେଶକଙ୍କୁ ନୋଟିସ୍ କରିଛନ୍ତି । ବିହାର ସମେତ ଉତ୍ତରପ୍ରଦେଶ ଓ ଦିଲ୍ଲୀ ପୋଲିସକୁ ଏଥିପାଇଁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ମୁତାବକ, ସୁବ୍ରତ ରାୟଙ୍କ ଉପରେ ଥିବା ମାମଲାର ଶୁଣାଣି ପାଇଁ ମେ ୧୩ ତାରିଖରେ ସମୟ ଧାର୍ଯ୍ୟ କରିଥିଲେ କୋର୍ଟ । ତଥାପି ସୁବ୍ରତ କୋର୍ଟରେ ହାଜର ହେଲେ ନାହିଁ ।

ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ ୧୭ ତାରିଖରେ ହେବ । ପୂର୍ବରୁ ସୁବ୍ରତଙ୍କ ମାମଲାର ଭର୍ଚୁଆଲ ଶୁଣାଣି ହେଉଥିବାବେଳେ ଏବେ ସବୁ ଶୁଣାଣି ଫିଜିକାଲ ମୋଡରେ ହେଉଛି । ସାହାରାରେ ଟଙ୍କା ଜମା ରଖିଥିବା ନିବେଶକଙ୍କ ଅଭିଯୋଗ ଅନୁସାରେ ସେମାନଙ୍କ ଡିପୋଜିଟର ମ୍ୟାଚ୍ୟୁରିଟି ଶେଷ ହୋଇଯାଇଥିଲେ ବି ତାଙ୍କ ଅର୍ଥ ସେମାନେ ଫେରିପାଉନାହାଁନ୍ତି । ତେଣୁ ଆସନ୍ତା ଶୁଣାଣିରେ ସୁବ୍ରତ ନିବେଶକଙ୍କ ଟଙ୍କା କିପରି ଫେରାଇବେ ସେନେଇ ଉପଯୁକ୍ତ ରୁପରେଖ ସ୍ପଷ୍ଟ କରିବେ ବୋଲି ଜଣାପଡିଛି ।

Leave A Reply

Your email address will not be published.