ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଅବକାରୀ ଅଧୀକ୍ଷକଙ୍କୁ ଗିରଫ କଲା ଭିଜିଲାନ୍ସ

0

ରାୟଗଡା: ରାୟଗଡ଼ାର ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ । ଗତକାଲି ରାତି ପାଖାପାଖି ୧୧ଟା ୩୦ରେ ରାୟଗଡ଼ାରୁ ଭୁବନେଶ୍ୱର ଆସୁଥିବା ବେଳେ ଭୁବନେଶ୍ୱର ନିକଟରେ ନିନାଙ୍କୁ ଧରିଲା ଭିଜିଲାନ୍ସ । ତାଙ୍କଠାରୁ ୬ ଲକ୍ଷ ଟଙ୍କା ଜବତ କରାଯାଇଛି । ଟଙ୍କା କେଉଁଠୁ ଆଣିଲେ, ସେନେଇ ସନ୍ତୋଷଜନକ ଉତ୍ତର ଦେଇନପାରିବାରୁ ଗିରଫ କରିଛି ଭିଜିଲାନ୍ସ ।

ଏହାପରେ ନିନାଙ୍କ ଘର ଓ ତାଙ୍କ ସଂପର୍କୀୟଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ନିନାଙ୍କ ସ୍ୱାମୀ ନିହାର ରଞ୍ଜନ ଦାସ ହେଉଛନ୍ତି ମାହାଙ୍ଗା ଥାନା ଆଇଆଇସି । ତାଙ୍କ କ୍ୱାର୍ଟର୍ସକୁ ଭିଜିଲାନ୍ସ ଚଢାଉ କରିବାକୁ ଯାଇଥିବା ବେଳେ ସେ ସହଯୋଗ କରୁନଥିବା ଜଣାପଡ଼ିଛି । କ୍ୱାର୍ଟର୍ସରେ ତାଲା ପକାଇ ସେ କୁଆଡେ ପଳାଇ ଯାଇଛନ୍ତି । ତାଙ୍କ ସହ ଭିଜିଲାନ୍ସ କୌଣସି ଯୋଗାଯୋଗ କରିପାରୁନାହିଁ । ତୁରନ୍ତ ତାଙ୍କୁ ଭୁବନେଶ୍ୱର ଭିଜିଲାନ୍ସ ଅଫିସରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.