ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC

ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ପରଲୋକ

0

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ଆଉ ନାହାନ୍ତି । ଶନିବାର ରାତିରେ ଟାଉନ୍ସଭିଲେରେ ଏକ ସଡକ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ବୟସ ହୋଇଥିଲା । ସାଇମଣ୍ଡସ୍‌ଙ୍କ ମୃତ୍ୟୁକୁ ନେଇ ଅଷ୍ଟ୍ରେଲିଆ ସମେତ ପୂରା କ୍ରିକେଟ୍ ଜଗତକୁ ସ୍ତବ୍ଧ କରିଦେଇଛି ।

ସୂଚନାନୁଯାୟୀ, ସହର ଠାରୁ ପାଖାପାଖି ୫୦ କିଲୋମିଟର ଭେଷ୍ଟର ହର୍ଭେ ରେଞ୍ଜରେ ରାତି ପ୍ରାୟ ୧୦ଟା ୩୦ରେ ଏକ କାର ଦୁର୍ଘଟଣାରେ ସାଇମଣ୍ଡଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ସଂପର୍କିତ ସୂଚନା ମିଳିବା ପରେ ପୋଲିସ ତୁରନ୍ତ ପହଞ୍ଚିଥିଲା । ତାଙ୍କୁ ଆମ୍ବୁଲାନ୍ସରେ ହସ୍ପିଟାଲ ନିଆଯାଇଥିଲା । ସାଇମଣ୍ଡଙ୍କୁ ବଞ୍ଚାଇବା ପାଇଁ ସବୁ ପ୍ରକାର ଉଦ୍ୟମ କରାଯାଇଥିଲା, ହେଲେ ଏହା ବିଫଳ ହୋଇଥିଲା। ଦୁର୍ଘଟଣା ଅତି ଭୟଙ୍କର ଥିଲା । ପୂର୍ବତନ କ୍ରିକେଟରଙ୍କ ଶରୀରରେ ଗଭୀର କ୍ଷତ ଲାଗିଥିଲା । ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଥିଲେ । କୁଇନ୍ସଲ୍ୟାଣ୍ଡ ପୁଲିସ ଏନେଇ ସୂଚନା ଦେଇଛି।

ସାଇମଣ୍ଡସ୍‌ଙ୍କ ମୃତ୍ୟୁକୁ ନେଇ ସାରା କ୍ରିକେଟ ଜଗତ ଶୋକ ସାଗରରେ ବୁଡ଼ି ଯାଇଛି । ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଶୋକର ଲହରୀ ଖେଳିଯାଇଛି । ଆଣ୍ଡ୍ରୁ ସାଇମଣ୍ଡ ଅଷ୍ଟ୍ରେଲିଆ ପାଇଁ ୨୬ଟି ଟେଷ୍ଟ, ୧୯୮ଟି ଦିନିକିଆ ଓ ୧୨ଟି ଟି-୨୦ ମ୍ୟାଚ ଖେଳିଥିଲେ । ସେ ୨୦୦୩ ଓ ୨୦୦୭ରେ ଅଷ୍ଟ୍ରେଲିଆର ବିଶ୍ୱକପ ବିଜୟରେ ବଡ଼ ଭୂମିକା ନେଇଥିଲେ ।

Leave A Reply

Your email address will not be published.