ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଶିଖରଚଣ୍ଡୀ ପାହାଡ଼ରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ଉଦ୍ଧାର

0

ଭୁବନେଶ୍ବର: ରାଜଧାନୀରେ ପୁଣି ଘଟିଲା ବୀଭତ୍ସ ହତ୍ୟାକାଣ୍ଡ।  ଭୁବନେଶ୍ୱର ସ୍ଥିତ ଇନଫୋସିସ୍ ଥାନା ଅନ୍ତର୍ଗତ ଶିଖରଚଣ୍ଡୀ ପାହାଡ଼ ତଳୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଯୁବକ ଜଣଙ୍କ ହେଲେ ନନ୍ଦନକାନନ ଥାନା ଅନ୍ତର୍ଗତ ବାଲିପଡ଼ା ଗାଁର ଲଲାଟେନ୍ଦୁ ପ୍ରଧାନଙ୍କ ପୁଅ ଅବିନାଶ ପ୍ରଧାନ।ତାଙ୍କୁ ୨୨ ବର୍ଷ ହୋଇଥିଲା। ଅବିନାଶ ଏକ ସଫ୍ଟେଓ୍ୱୟାର କମ୍ପାନୀରେ କାମ କରୁଥିଲେ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ପୁଲିସ ଅବିନାଶଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଶିଖରଚଣ୍ଡୀ ପାହାଡ଼ ତଳୁ ଉଦ୍ଧାର କରିଥିଲା। ପରେ  ତାଙ୍କୁ ଡାକ୍ତରଖାନା ନେଇଥିଲା। ଡାକ୍ତରଖାନା ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଅବିନାଶଙ୍କ ମୃତଦେହ ନିକଟରୁ ପୁଲିସ ଏକ ବାଇକ୍ ଜବତ  କରିଥିଲା। ପୁଲିସ ଅବିନାଶଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଏହା ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଅନୁସନ୍ଧାନକାରୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବା ପରେ ତଦନ୍ତ ଆଗକୁ ଯିବ। ଏଣେ ଏହି ଘଟଣାରେ ପୁଲିସ ୪ଜଣଙ୍କୁ ଇନଫୋସିସ୍ ଥାନାରେ ଅଟକ ରଖି ପଚରାଉଚରା କରୁଥିବାର ସୂଚନା ମିଳିଛି। ଏବେ ଘଟଣାସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ କରିଛି ପୁଲିସ। ସୁଇସାଇଡ ନୋଟକୁ ହ୍ୟାଣ୍ଡରାଇଟିଂ ବ୍ୟୁରୋକୁ ପୁଲିସ ପଠାଇବ ବୋଲି ଜଣାଯାଇଛି। ଏଣେ ଅବିନାଶଙ୍କ ମୋବାଇଲର ସିଡିଆର ଯାଞ୍ଚ କରୁଛି ପୁଲିସ।

Leave A Reply

Your email address will not be published.