ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଏବେ ଡରାଇଲାଣି ମଙ୍କିପକ୍ସ

0

ନୂଆଦିଲ୍ଲୀ : ଆମେରିକା ଓ ବ୍ରିଟେନ ସମେତ ଏକାଧିକ ଦେଶରେ ମଙ୍କିପକ୍ସ ଭୂତାଣୁ ବ୍ୟାପିବା ପରେ ବନ୍ଦର ଓ ବିମାନ ବନ୍ଦରଗୁଡିକୁ ଆଲର୍ଟ କରିଛନ୍ତି କେନ୍ଦ୍ର ସରକାର । ମଙ୍କିପକ୍ସ ଆକ୍ରାନ୍ତ ଦେଶରୁ ଆସୁଥିବା ଯେକୌଣସି ଅସୁସ୍ଥ ବ୍ୟକ୍ତିଙ୍କ ଉପରେ ସତର୍କ ନଜର ରଖିବାକୁ କୁହାଯାଇଛି । ଏପରିକି ତାଙ୍କୁ ସଙ୍ଗରୋଧରେ ରଖି ନମୂନା ସଂଗ୍ରହ କରିବା ସହ ପୁଣେ ସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ ଭାଇରୋଲୋଜିକୁ ପଠାଇବା ପାଇଁ କୁହାଯାଇଛି ।

ସେହିପରି ଆଫ୍ରିକୀୟ ଦେଶଗୁଡିକରେ ଦେଖା ଦେଇଥିବା ଏହି ନୂଆ ପ୍ରକାର ଭୂତାଣୁର ଲକ୍ଷଣ ଓ ବ୍ୟବହାର ଉପରେ ନଜର ରଖିବାକୁ ଆଇସିଏମଆରକୁ କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ବ୍ରିଟେନ୍ ଓ ଆମେରିକା ପରେ ଫ୍ରାନ୍ସ, ଇଟାଲୀ, ସ୍ୱିଡେନ୍, କାନାଡା, ଅଷ୍ଟ୍ରେଲିଆ, ସ୍ପେନ୍ ଓ ପର୍ତ୍ତୁଗାଲରେ ଏହି ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି । ୧୩ରୁ ଅଧିକ ମାମଲା କାନାଡାରୁ ଚିହ୍ନଟ ହୋଇଛି ।

Leave A Reply

Your email address will not be published.