ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ପୁରୀ-ସାତପଡ଼ା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା

0

ବ୍ରହ୍ମଗିରି: ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଚାଳକ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି।  ଏକ କାର୍ ଗଛରେ ପିଟି ହେବା ଫଳରେ ଏଭଳି ଅଘଟଣ ଘଟିଛି। ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏଥିରେ ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଡ୍ରାଇଭର ବାବୁ ଖାଁ ଓ ଧୀରେନ ପଲେଇ। ଧୀରେନଙ୍କ ଘର ବ୍ରହ୍ମଗିରି ଥାନା ସହଦେବପୁର ଗାଁରେ ଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ସେଠାରେ ପହଞ୍ଚିଥିଲେ। ସେମାନେ କାର୍‌ର ସମ୍ମୁଖ ଭାଗକୁ କାଟି ଡ୍ରାଇଭରଙ୍କୁ ତା’ ଭିତରୁ ବାହାର କରିଥିଲେ। ଉଭୟଙ୍କୁ ଉଦ୍ଧାର କରି ପୁରୀ ଡାକ୍ତରଖାନା ପଠାଯାଇଥିଲା। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।

Leave A Reply

Your email address will not be published.