ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

0

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ। ଖାଲି ପଡ଼ିଥିବା ୩ଟି ଆସନ ପାଇଁ ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷଦିନ ।

ସୂଚନାଯୋଗ୍ୟ, ନିର୍ବାଚନ କମିସନ୍ ଗତ ଗୁରୁବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ଜୁନ୍ ୧୦ ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟରେ ୫୭ ରାଜ୍ୟସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ଆସନ୍ତା ୨୪ରେ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ୩୧ ହେବ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ବୋଲି ସୂଚନା ଦିଆଯାଇଥିଲା।

ଓଡ଼ିଶାରୁ ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ବିଜେଡିର ଏନ୍ ଭାସ୍କର ରାଓ, ସସ୍ମିତ ପାତ୍ର ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଜୁଲାଇ ୧ ତାରିଖରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ନିର୍ବାଚନ ହେବ। ସଂଖ୍ୟା ଦୃଷ୍ଟିକୋଣରୁ ବିଜେଡିର ତିନି ଜଣ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବାରେ କୌଣସି ସମସ୍ୟା ନାହିଁ। ବର୍ତ୍ତମାନ ରାଜ୍ୟସଭାରେ ବିଜେଡିର ୮ ଜଣ ସଭ୍ୟ ଥିଲା ବେଳେ ବିଜେପିର ଜଣେ ସଭ୍ୟ ଅଛନ୍ତି। ସୁବାସ ସିଂହ ଇସ୍ତଫା ଦେଲା ପରେ ଗୋଟିଏ ଆସନ ଖାଲି ପଡ଼ିଛି। ଏହି ଖାଲି ଆସନରେ ନିର୍ବାଚନ ପାଇଁ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ଜାରି ହେବ।

Leave A Reply

Your email address will not be published.