ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ

0

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ ଲାଗି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସମନ ଜାରି କରିଛନ୍ତି। ଜୁଲାଇ ୨ ତାରିଖରୁ ଆରମ୍ଭ ହେଉଥିବା ମୌସୁମୀ ଅଧିବେଶନ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ବସିବ। ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ଥିବା ସୂଚନା ମିଳିଛି। ବିଧାନସଭା ସଚିବାଳୟ ସୂତ୍ରରୁ ମିଳୁଥିବା ସୂଚନା ଅନୁସାରେ, ଜୁଲାଇ ୨ ତାରିଖରେ ହିଁ ଅର୍ଥମନ୍ତ୍ରୀ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।

ପୂର୍ବରୁ ଅର୍ଥମନ୍ତ୍ରୀ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ୨ଲକ୍ଷ କୋଟି ଟଙ୍କାର କାମଚଳା ବଜେଟ୍ ଆଗତ କରିଥିଲେ। ଜୁଲାଇ ୩୧ ତାରିଖ ଦିନ ଯାଏ ଦରମା ଆଦିକୁ ବିଚାରକୁ ନେଇ ଏହାର ରୂପରେଖ ନିର୍ଣ୍ଣୟ କରାଯାଇଥିଲା। ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ପ୍ରସ୍ତାବିତ ପୂର୍ଣ୍ଣାଙ୍ଗ ବଜେଟ୍ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।

Leave A Reply

Your email address will not be published.