ପ୍ରମୁଖ ଖବର

ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର

ଆସନ୍ତା ସପ୍ତାହରେ ଓଡିଶା ଆସିବ ମୈାସୁମୀ

0

ଭୁବନେଶ୍ବର: ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ। ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଜୁନ୍ ମାସରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାରେ ବିଳମ୍ବ ହୋଇଛି। ପୂର୍ବ ଆକଳନ ମୁତାବକ ଜୁନ୍ ୧୨ରେ ଓଡ଼ିଶା ଛୁଇଁବା ସମ୍ଭବ ହୋଇନାହିଁ । ଗତ ଦୁଇଦିନ ହେବ ଓଡ଼ିଶାରେ ଆକାଶରେ ବାଦଲ ଓ ପବନ ରହିଛି। ହେଲେ ମୌସୁମୀ ଆଗମନରେ ପରିବେଶ ଅନୁକୂଳ ହେଲାଣି। ଉତ୍ତର-ପଶ୍ଚିମ ପବନର ପ୍ରଭାବ ଅଧିକ ଯୋଗୁଁ ରାଜ୍ୟରେ ତାପମାତ୍ରା ବୃଦ୍ଧିପାଉଥିଲା। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆଗକୁ ବଢ଼ିବାକୁ ଦେଉନଥିଲା। ତେଣୁ ମୌସୁମୀ କେବେ ଓଡ଼ିଶା ଛୁଇଁବ ତାହା ଆକଳନ କରାଯାଇପାରୁନଥିଲା।

ଗତ କିଛି ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ସିଝିବା ପରେ ଗତକାଲି ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ମେଘୁଆ ରହିଥିଲା । ତେଣୁ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.