ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

୫ଟି ସଚିବଙ୍କ ଓଲଟପୁର ଗସ୍ତ

0

ଆଠଗଡ: ଓଲଟପୁର ସ୍ଥିତ ‘ଏନଆଇଟିଏଆର’ ଅସ୍ଥି ଚିକିତ୍ସା କ୍ଷେତ୍ରରେ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ । ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି । ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ ପାଇପାରିବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଉନ୍ନୟନ କମିଶନର ପ୍ରଦୀପ ଜେନା ଓ ୫ଟି ସଚିବ ଭି କେ ପାଣ୍ଡିଆନ  ଓଲଟପୁର ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ ।

ସେମାନଙ୍କ ସହିତ ପୂର୍ତ୍ତ ବିଭାଗ ସଚିବ ବୀର ବିକ୍ରମ ଯାଦବ, କଟକ  ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ  ମାନେ ଉପସ୍ଥିତ  ଥିଲେ। ସ୍ଥାନୀୟ ଲୋକ ଓ ରୋଗୀମାନଙ୍କ ସହ  ଆଲୋଚନା ପରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

ରୋଗୀମାନେ ଯେପରି ସୁବିଧାରେ ଏନଆଇଟିଏଆରରେ ପହଂଚିପାରିବେ  ସେଥିପାଇଁ ନିଆଳି  ଅଡଶପୁର  ରାସ୍ତାର ବୋଇରାଇ ଛକ  ଠାରୁ  ଓଲଟପୁର  ଏନଆଇଟିଏଆର ପର୍ୟ୍ୟନ୍ତ ରାସ୍ତାକୁ ଦୁଇ ଥାକିଆ କରାଯିବ । ଏନଆଇଟିଏଆର ହସ୍ପିଟାଲ ପାର୍ଶ୍ଵବର୍ତ୍ତ ଜମି  ଅଧିଗ୍ରହଣ କରି ସେ ଅଂଚଳର  ବିକାଶ କରାଯିବ । ହଷ୍ଟେଲର ମଧ୍ୟ ଉନ୍ନତି କରାଯିବ । ଏହି ଗସ୍ତ ଅବସରରେ ଉନ୍ନୟନ କମିଶନର ଓ ୫ଟି ସଚିବ ହସ୍ପିଟାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ରୋଗୀମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ ।

Leave A Reply

Your email address will not be published.