ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଆଜିଠୁ ଖୋଲିଲା ସ୍କୁଲ

0

ଭୁବନେଶ୍ୱର: ଆଜି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ଖରାଛୁଟି ଯୋଗୁଁ ରାଜ୍ୟର ସମସ୍ତ ସ୍କୁଲ, ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ବନ୍ଦ ଥିଲା । ଛୁଟି ଅବଧି ଜୁନ୍‌ ୧୬ ଯାଏଁ ଥିବାବେଳେ ଆଜିଠୁ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲୁଛି । ଏଥର କିନ୍ତୁ ସକାଳ ସ୍କୁଲ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ। ସକାଳ ୧୦ଟାରୁ ପୂର୍ବ ଭଳି କ୍ଲାସ୍ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠ ପଢ଼ାହେବ।

ଶିକ୍ଷକ ଶିକ୍ଷୟିତ୍ରୀ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚିବେ ଓ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ରହିବେ। ସ୍ୱାଭାବିକ କ୍ଲାସ୍ ଚାଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି। ଏକାଡେମିକ୍ କ୍ୟାଲେଣ୍ଡର ପ୍ରସ୍ତୁତ ସହ ଚଳିତ ଶିକ୍ଷାବର୍ଷ ୨୦୨୩ ମାର୍ଚ୍ଚ ସୁଦ୍ଧା ସାରିବା ନେଇ ଯୋଜନା ପ୍ରସ୍ତୁତ ହୋଇଛି।

ଆଜି ପ୍ରଥମ ଦିନରେ ପ୍ରଧାନ ଶିକ୍ଷକମାନେ ସମସ୍ତ ଶିକ୍ଷକଙ୍କ ସହ ବୈଠକ କରି ଟାଇମ୍ ଟେବୁଲ, ଲେସନ୍ ଚାର୍ଟ ଆଦି ପ୍ରସ୍ତୁତ କରିବେ। ପିଲାଙ୍କ ପଢା ଓ ପରୀକ୍ଷା ଶେଷ ହୋଇନଥିବାରୁ ଠିକ୍ ସମୟରେ ପିଲାଙ୍କ ପାଠ ପଢା ସାରି ପରୀକ୍ଷା କରିବା ପାଇଁ ବିଭାଗ ପଦକ୍ଷେପ ନେଇଛି।

Leave A Reply

Your email address will not be published.