ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଧାୟକଙ୍କ ନାଁରେ ଥାନାରେ ଏତେଲା ଦେଲେ ପ୍ରେମିକା

0

ଜଗତସିଂହପୁର:ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ତାଙ୍କ ପ୍ରେମିକା ସୋମାଲିକା ଦାଶଙ୍କ ପ୍ରେମ କାହାଣୀରେ ପୁଣି ନୂଆ ମୋଡ଼ ଆସିଛି। ଗତକାଲି ଦିନ ଭରି ଜଗତସିଂହପୁର ସବ୍‌ରେଜିଷ୍ଟ୍ରାରଙ୍କ ଦପ୍ତରରେ ସୋମାଲିକା ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଥିଲେ ସୁଦ୍ଧା ବିବାହ ପାଇଁ ବିବାହ ପାଇଁ ପ୍ରତିଶ୍ରୁତି ଦେଇ ନ ଆସିବାରୁ ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ନାଁରେ ଥାନାରେ ଅଭିଯୋଗ କରିଛନ୍ତି ତାଙ୍କ ପ୍ରେମିକା ସୋମାଲିକା ଦାଶ। ଜଗତସିଂହପୁର ଥାନାରେ ସୋମାଲିକା ବିଜେଡି ବିଧାୟକଙ୍କ ନାଁରେ ଆଜି ଏତଲା ଦେଇଛନ୍ତି। ଏତଲାରେ ସୋମାଲିକା ବିଧାୟକଙ୍କ ନାଁରେ ଠକେଇ ଓ ପ୍ରତାରଣା କରିଥିବା ଦର୍ଶାଇଛନ୍ତି। ଏହାସହ ବିଧାୟକଙ୍କ ସଂପର୍କୀୟ ତାଙ୍କୁ ଧମକଚମକ ଦେଉଥିବା ସେ ଅଭିଯୋଗ କରିଛନ୍ତି।

bJD

ସୂଚନା ଥାଉକି: ଗତକାଲି ଜଗତସିଂହପୁର ସବ୍‌-ରେଜିଷ୍ଟ୍ରୀ କାର୍ଯ୍ୟାଳୟକୁ ବିଜେଡି ବିଧାୟକ କୋର୍ଟ ମ୍ୟାରେଜ କରିବାକୁ ଆସିନଥିଲେ। ବିଜୟ ଶଙ୍କର ନ ଆସିବାରୁ ପ୍ରାୟ ୩ ଘଣ୍ଟା ଅପେକ୍ଷା କରି ସୋମାଲିକା ଓ ତାଙ୍କ ପରିବାର ସଦସ୍ୟ ଘରକୁ ଫେରିଥିଲେ। ବିଜୟ ଶଙ୍କର ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ଆସିନଥିବାରୁ ସୋମାଲିକା ଜଗତସିଂହପୁର ଥାନାରେ ତାଙ୍କ ନାଁରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ବିଜୟ ଶଙ୍କର ମୋତେ ଗତକାଲି ନ ଆସିବାକୁ ପୂର୍ବରୁ କିଛି କହିନଥିଲେ।

ବିବାହ ବନ୍ଧନରେ ବାନ୍ଧିହେବା ପାଇଁ ଗତ ମେ’ ୧୭ ତାରିଖରେ ବିଜୟ ଶଙ୍କର ଓ ସୋମାଲିକା ନିଜ ନିଜ ଓକିଲଙ୍କ ସହିତ ସବ୍‌-ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଆବଶ୍ୟକୀୟ କାଗଜପତ୍ର ସହିତ ବିବାହ ପଞ୍ଜୀକରଣ ପାଇଁ ଆବେଦନ କରିଥିଲେ। ଉଭୟଙ୍କ ଆବେଦନକୁ ସବ୍‌-ରେଜିଷ୍ଟ୍ରାର ଗ୍ରହଣ କରି ୩୦ ଦିନ ସମୟ ଦେଇଥିଲେ। ଏହା ପରେ ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇ ଜୁନ ୧୭ ଅର୍ଥାତ ଗତକାଲି ବିବାହ ପଞ୍ଜୀକରଣ ଓ ସନ୍ଧ୍ୟାରେ ନିର୍ବନ୍ଧ ପାଇଁ ସ୍ଥିର ହୋଇଥିଲା।

Leave A Reply

Your email address will not be published.