ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

ପୁଣି ବଢ଼ିଲା କରୋନା ସଂକ୍ରମଣ

0

ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୫୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୧୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୬ ଜଣ, ବାଲେଶ୍ବରରୁ ୪ ଜଣ, କଟକରୁ ୩ ଜଣ, ଜଗତସିଂହପୁର, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ବୌଦ୍ଧ, ଗଞ୍ଜାମ, ଝାରସୁଗୁଡ଼ା,ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂଷ୍ଟେଟ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୪୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୪୮୫୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.