ପ୍ରମୁଖ ଖବର

ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର

ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁଫ ତରଫରୁ ମିଳିଲା ଅଫର

0

ନୂଆଦିଲ୍ଲୀ: ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁପ୍‌ରେ ମିଳିବ ନିଯୁକ୍ତି। ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ୍‌ ଆନନ୍ଦ ମହିନ୍ଦ୍ରା ଅଗ୍ନିବୀରଙ୍କୁ ଏହି ବଡ ଅଫର୍‌ ଦେଇଛନ୍ତି। । ଅବସର ପରେ ଅଗ୍ନିବୀରଙ୍କୁ ମହିନ୍ଦ୍ରା ଗ୍ରୁପ୍‌ରେ କାମ କରିବାକୁ ସୁଯୋଗ ମିଳିବ। ଶୃଙ୍ଖଳିତ ଓ କୁଶଳୀ ଅଗ୍ନିବୀରଙ୍କୁ ନିଯୁକ୍ତି ମିଳିବ ବୋଲି କହିଛି ମହିନ୍ଦ୍ର ଗ୍ରୁପ୍।ର ମାଲିକ।କେନ୍ଦ୍ର ସରକାରଙ୍କ ଯୋଜନାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ଟ୍ଵିଟ୍ କରି ଏପରି ଘୋଷଣା କରିଛନ୍ତି ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା।

ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସେନାରେ ନିଯୁକ୍ତିର ନୂଆ ଯୋଜନା ‘ଅଗ୍ନିପଥ କୁ ବିରୋଧ କରିଥିବାରୁ ଦୁଃଖ ପ୍ରକାଶ କରିଛନ୍ତି ଏବଂ ଏହି ଯୋଜନା ଅଧୀନରେ ତାଲିମ ପ୍ରାପ୍ତ ଯୁବକମାନଙ୍କୁ ଚାକିରି ପ୍ରଦାନ କରିବାକୁ ଏକ ଟ୍ୱିଟ ମାଧ୍ୟମରେ ଜଣାଇଛନ୍ତି। ସେ କହିଛନ୍ତି, ‘ଗତ ବର୍ଷ ଯେତେବେଳେ ଏହି ଯୋଜନାର ସୂଚନା ଆସିଲା, ଏହାକୁ ନେଇ ନୂଆ ଆଶା ଓ ସମ୍ଭାବନା ସୃଷ୍ଟି ହୋଇଥିଲା। ଏହା ଅଧୀନରେ ଶିଖିଥିବା ଅନୁଶାସନ ଏବଂ ଦକ୍ଷତା ସେମାନଙ୍କୁ ସର୍ବୋତ୍ତମ ନିଯୁକ୍ତି ସୁଯୋଗ ପ୍ରଦାନ କରିବ। ମହିନ୍ଦ୍ରା ଗ୍ରୁପ୍ ଏଭଳି ତାଲିମପ୍ରାପ୍ତ, ଦକ୍ଷ ଯୁବକଙ୍କୁ ନିଯୁକ୍ତି ଦେବାକୁ ସ୍ୱାଗତ କରୁଛି।’

ଆନନ୍ଦ ମହିନ୍ଦ୍ରା ସୋମବାର ସକାଳେ ଟ୍ୱିଟ୍ କରି କହିଛନ୍ତି ଯେ ‘ଅଗ୍ନିପଥ ଯୋଜନାକୁ ନେଇ ଚାଲିଥିବା ବିକ୍ଷୋଭରେ ସେ ଦୁଃଖିତ। ଗତ ବର୍ଷ ଯେତେବେଳେ ଏହି ଯୋଜନାର ସୂଚନା ଆସିଲା, ଏହାକୁ ନେଇ ନୂଆ ଆଶା ଓ ସମ୍ଭାବନା ସୃଷ୍ଟି ହୋଇଥିଲା । ଏହା ଅଧୀନରେ ଶିଖିଥିବା ଅନୁଶାସନ ଏବଂ ଦକ୍ଷତା ସେମାନଙ୍କୁ ସର୍ବୋତ୍ତମ ନିଯୁକ୍ତି ସୁଯୋଗ ପ୍ରଦାନ କରିବ । ମହିନ୍ଦ୍ରା ଗ୍ରୁପ୍ ଏଭଳି ତାଲିମପ୍ରାପ୍ତ, ଦକ୍ଷ ଯୁବକଙ୍କୁ ନିଯୁକ୍ତି ଦେବାକୁ ସ୍ୱାଗତ କରୁଛି’।

ଆନନ୍ଦ ମହିନ୍ଦ୍ରାଙ୍କ ଘୋଷଣାକୁ ଟ୍ୱିଟରରେ ଅନେକ ଲୋକ ସ୍ୱାଗତ କରିଥିଲେ। ଜଣେ ୟୁଜର ପ୍ରଶ୍ନ ପଚାରିଥିଲେ ଯେ, ‘ମହିନ୍ଦ୍ରା ଗ୍ରୁପରେ ଅଗ୍ନିବୀରମାନଙ୍କୁ କେଉଁ ପୋଷ୍ଟ ଦିଆଯିବ’? ଏହାର ଉତ୍ତରରେ ଆନନ୍ଦ ମହିନ୍ଦ୍ରା କହିଛନ୍ତି ଯେ କର୍ପୋରେଟ କ୍ଷେତ୍ରରେ ଅଗ୍ନିବୀରମାନଙ୍କ ପାଇଁ ଅପାର ନିଯୁକ୍ତି ସମ୍ଭାବନା ରହିଛି । ଲିଡରସିପ୍ ଠାରୁ ଆରମ୍ଭ କରି ଦଳଗତ କାର୍ୟ୍ୟ ସବୁଥିରେ ସେମାନଙ୍କୁ ଅଗ୍ରାଧିକାର ଦିଆଯିବ’ ।

Leave A Reply

Your email address will not be published.