ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ସର୍ତକ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ତକ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କୋଭିଡ୍ ମହାମାରୀର ବିପଦ ଏଯାଏଁ ଟଳିନାହିଁ । ଏହାର ସଂକ୍ରମଣରୁ ନିଜକୁ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ସଚେତନ ହୁଅନ୍ତୁ, ସୁରକ୍ଷିତ ରୁହନ୍ତୁ ବୋଲି ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ।

କରୋନା ମୁକାବିଲା ନେଇ ସହରାଞ୍ଚଳଗୁଡିକରେ ପୁଣି କଟକଣା ଲଗାଯାଉଛି । ଭୁବନେଶ୍ୱରରେ ବି ମାସ୍କ ଏବଂ ସାମାଜିକ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି । କିଭିଳି ଭାବେ କରୋନା ସଂକ୍ରମଣ ବୃଦ୍ଧିକୁ ଏଡାଯାଇପାରିବ ସେନେଇ ଗୁରୁତ୍ୱ ଦିଆଯାଉଛି । ଲୋକେ ଜାରି କରାଯାଇଥିବା କଟକଣାକୁ କିଭଳି ମାନିବା ସହ ସଚେତନ ରହିବେ ଏବଂ ଅନ୍ୟଙ୍କୁ ସଚେତନ କରିବେ ସେନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.