ପ୍ରମୁଖ ଖବର

ବିଜେପି ଛାଡ଼ି ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି ଦେବାଶିଷ ନାୟକ
ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ୩ ଦିନିଆ ପୁଲିସ ହେପାଜତରେ ଗଲେ କଂଗ୍ରେସ ନେତା ଅରୁଣ ରେଡ୍ଡୀ
ଆସନ୍ତାକାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଆୟୋଜିତ ସଭାରେ ଉଦବୋଧନ ଦେବେ
ନବୀନଙ୍କ ୪ ଜିଲ୍ଲା ଗସ୍ତ: ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ପରେ ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ
ଟିକେଟ ଫେରାଇ ଦେଲେ ପୁରୀ ଲୋକସଭା ପ୍ରାର୍ଥୀ; ମେଲରେ ଏଆଇସିସି କୁ ଲେଖିଲେ କଡ଼ା କଥା,ନିର୍ବାଚନ ଲଢ଼ିବା ପାଇଁ ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇ ଦେଇଥିବା ସେ ମେଲ ଜରିଆରେ ଏଆଇସିସିକୁ ଜଣାଇଛନ୍ତି

୮୦୦ ଟପିଲା କରୋନା ସଂକ୍ରମଣ; ଖୋର୍ଦ୍ଧା ସବୁଠୁ ଆଗରେ

0

ଭୁବନେଶ୍ବର: ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ଉପରେ ରହିଛି। ଗତକାଲି ୭୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୮୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ବର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୧୯ ଜଣ, ଗଜପତିରୁ ୫ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟପୁଲରୁ ୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୬, ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୬୯୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୨୬୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.