ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱରରେ ହେବ ସାଇନ୍ସ ସିଟି

0

ଭୁବନେଶ୍ବର: ଶିଶୁ ଓ ଯୁବପୀଢିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏକ ବଡ ନିସ୍ପତ୍ତି ନେଇଛନ୍ତି । କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ବରରେ ପ୍ରତିଷ୍ଠା ସାଇନ୍ସ ସିଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହାକୁ ଅନୁମୋଦନ କରିଛନ୍ତି । ଭୁବନେଶ୍ୱରରେ ସାଇନ୍ସ ସିଟି ଖୋଲିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଜ୍ଞାନ ଆହୁରି ବୃଦ୍ଧି ପାଇବ । କେବଳ ଏତିକି ନୁହେଁ ଏହା ଦ୍ୱାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ତଥ୍ୟ ଓ ତ୍ରୁଟିକୁ ସୁଧାରିବାରେ ସହାୟକ ହୋଇପାରିବ ।

ସେହିଭଳି ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନେଟୋରିୟମ୍ କେନ୍ଦ୍ର ପ୍ରତିଷ୍ଠା ହେବ । ସେଠାରେ ଜଗନ୍ନାଥ ସଂସ୍କୃତିର ସମସ୍ତ ତଥ୍ୟ ସ୍ଥାନ ପାଇବ । ସାତକୋଶିଆ ଅଂଚଳରେ ଜାତୀୟ ସ୍ତରର ଆଞ୍ଚଳିକ ସାତକୋଶିଆ ବାୟସ୍ପିୟାର ମ୍ୟୁଜିୟମ ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ବିଧାନସଭାରେ ଉତ୍ତର ରଖି କହିଛନ୍ତି, ଯୁବପୀଢ଼ିଙ୍କ ମଧ୍ୟରେ ବିଜ୍ଞାନକୁ ଲୋକପ୍ରିୟ କରିବା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କୋଲକାତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ୱରରେ ସାଇନ୍ସ ସିଟି ପ୍ରତିଷ୍ଠା ହେବ। ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଉପକଣ୍ଠରେ ଏକ ସାଇନ୍ସ ସିଟି ନିର୍ମାଣ ପାଇଁ ବିଜ୍ଞାନ ଓ କାରିଗରୀ ବିଭାଗ ପ୍ରସ୍ତୁତ କରିଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବା ସହ ଏନେଇ ତୁରନ୍ତ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବାକୁ କହିଛନ୍ତି। ଏହି ସମୟ ମଧ୍ୟରେ ବିଜ୍ଞାନ ଓ କାରିଗରୀ ବିଭାଗ ଇଡ୍‌କୋ ସହାୟତାରେ ଜମି ଚିହ୍ନଟ କରିବାକୁ କୁହାଯାଇଛି।

ସେହିପରି ପୁରୀରେ ନିର୍ମାଣ ହେବାକୁ ଥିବା ସାଇନ୍ସ ପାର୍କରେ ଜଗନ୍ନାଥଙ୍କ ରୀତିନୀତିର ବୈଜ୍ଞାନିକ ଦୃଷ୍ଟିକୋଣକୁ ନେଇ ଏକ ସ୍ବତନ୍ତ୍ର ଗ୍ୟାଲେରି ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ହୋଇଛି। ବଡ଼ମ୍ବା-ନରସିଂହପୁର ଅଞ୍ଚଳରେ ସାତକୋଶିଆ ଗଣ୍ଡ ନିକଟରେ ମଧ୍ୟ ଏକ ସ୍ବତନ୍ତ୍ର ସାଇନ୍ସ ପାର୍କ ନିର୍ମାଣ କରାଯିବ। ଏଠାରେ ଜୈବ ବିବିଧତାର ବିଭିନ୍ନ ଦିଗକୁ ପ୍ରଦର୍ଶନ କରାଯିବ। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

Leave A Reply

Your email address will not be published.