ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

0

ନୂଆଦିଲ୍ଲୀ; ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗର ରାଜ୍ୟପାଳ ଥିବା ଜଗଦୀପଙ୍କୁ ପ୍ରାର୍ଥୀ କରିଛି ବିଜେପି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟରେ ଘୋଷଣା କରିଛନ୍ତି।

ଆଜି ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ହୋଇଥିଲା । ଏହା ପରେ ଜେପି ନଡ୍ଡା ପ୍ରେସମିଟରେ ତାଙ୍କ ନାମ ଘୋଷଣା କରିଛନ୍ତି । ବୈଠକରେ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଯୋଗଦେଇଥିଲେ । ଦ୍ୱିପ୍ରହରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଥିଲେ ଜଗଦୀପ ଧନକଡ । ସେହିଭଳି ଶୁକ୍ରବାର ଅମିତ ଶାହଙ୍କୁ ମଧ୍ୟ ସେ ଭେଟିଥିଲେ । ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ପଦ ପାଇଁ ଭୋଟ ପଡିବ ।

Leave A Reply

Your email address will not be published.