ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉଜ୍ୱଳ ନକ୍ଷତ୍ର ‘ସୋଆ’

0

ଭୁବନେଶ୍ବର; ପଚିଶ ବର୍ଷ ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର ବିଶେଷତ୍ୱ । ସୋଆ ଭାବେ ପରିଚିତ ଏହି ଡିମ୍‌ଡ ବିଶ୍ୱବିଦ୍ୟାଳୟରୁ ଶିକ୍ଷା ଲାଭ କରିଥିବା ଅନେକ ଛାତ୍ରଛାତ୍ରୀ ଏବେ ପୃଥିବୀରେ ବିଭିନ୍ନ କ୍ଷେତ୍ରରେ ବେଶ ପ୍ରତିଷ୍ଠିତ । ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ନିଜର ଉତ୍କର୍ଷ ପ୍ରମାଣିତ କରି ସୋଆ ଏକ ସ୍ୱତନ୍ତ୍ର ପରିଚୟ ହାସଲ କରିପାରିଛି ।

୨୦୦୭ ମସିହା ଜୁଲାଇ ୧୭ ତାରିଖରେ ୟୁଜିସି ଆକ୍ଟ , ୧୯୫୬ର ସେକ୍ସନ୍ ୩ ଅନୁଯାୟୀ କେନ୍ଦ୍ର ସରକାର ସୋଆକୁ ଡିମ୍‌ଡ ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଥିଲେ । ବର୍ତମାନ ଏହା ବୃତିଗତ ଶିକ୍ଷା କ୍ଷେତ୍ରରେ ଦେଶରେ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି । ପ୍ରାୟ ୧୫୦୦୦ ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ନିଜ ଭବିଷ୍ୟତ ଗଢ଼ିବା ପାଇଁ ସୋଆରେ ଶିକ୍ଷା ଗ୍ରହଣ କରୁଛନ୍ତି । ବିଶ୍ୱବିଦ୍ୟାଳୟ ମାନ୍ୟତା ହାସଲ କରିବାର ୧୫ ବର୍ଷ ପରେ ସୋଆ ସଫଳତାର ଶିଢ଼ି ଚଢ଼ିଚାଲିଥିବା ବେଳେ ୨୦୧୬ ମସିହାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ ହୋଇଥିବା ନ୍ୟାସନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ରୢାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ ସବୁଠାରୁ ନବତମ ବିଶ୍ୱବିଦ୍ୟାଳୟ ଭାବେ ବିଗତ ୭ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜର ସ୍ଥାନ ବଜାୟ ରଖିଛି । ସେହିପରି ଗତ ୩ ବର୍ଷ ହେବ ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇପାରିଛି ସୋଆ ।

ସୂଚନାଥାଉକି; ଚଳିତ ଏନ୍‌ଆଇଆର୍‌ଏଫ୍ -୨୦୨୨ ତାଲିକାରେ ସୋଆ ୩୦ତମ ସ୍ଥାନରେ ରହିଥିବା ବେଳେ ମେଡିକାଲ୍ ସାଇନ୍‌ସେସ୍‌ରେ ୧୮ତମ, ଇଞ୍ଜିନିୟରିଂରେ ୨୭ତମ ଏବଂ ଡେଂଟାଲ୍ ସାଇନ୍‌ସେସ୍‌ରେ ୧୦ମ ସ୍ଥାନରେ ରହିଛି । ସେହିପରି ପ୍ରଥମ ଥର ପାଇଁ ଏହି ର‌୍ୟାଙ୍କିଙ୍ଗରେ ପ୍ରବେଶ କରିଥିବା ସୋଆର ଫ୍ୟାକଲ୍ଟି ଅଫ୍ ଲ’ ଦେଶରେ ୯ମ ସ୍ଥାନ ହାସଲ କରିଥିବା ବେଳେ ରିସର୍ଚ୍ଚ କ୍ୟାଟେଗୋରୀରେ ୪୫ ତମ ସ୍ଥାନରେ ସ୍ଥାନୀତ ହୋଇଛି । ସୋଆର ଦୁଇଟି ଅନୁଷ୍ଠାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍ ଏବଂ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଲ’ ପ୍ରଥମ ଥର ପାଇଁ ଦେଶର ଶ୍ରେଷ୍ଠ ୧୦ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସ୍ଥାନୀତ ହୋଇଛି ।

ଏହାଛଡ଼ା ନିକଟରେ ସୋଆକୁ ୟୁଜିସି ଦ୍ୱାରା କ୍ୟାଟେଗୋରୀ ୱାନ୍ ଗ୍ରେଡ଼ ମାନ୍ୟତା ମଧ୍ୟ ପ୍ରଦାନ କରାଯାଇଛି । ସମ୍ମାଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗସ ୨୦୨୨ରେ ସୋଆ ବିଶ୍ୱ ସ୍ତରରେ ୮୦୧-୧୦୦୦ ବ୍ରାକେଟ୍‌ରେ ସ୍ଥାନ ହାସଲ କରିଥିବା ବେଳେ କ୍ୟୁଏସ୍ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍ ୨୦୨୧ରେ ୪୦୧ ରୁ ୪୫୦ ବ୍ରାକେଟ୍ ମଧ୍ୟରେ ସ୍ଥାନୀତ ହୋଇଛି । ସେହିପରି ୨୦୨୦ରେ ଉଚ୍ଚକୋଟୀର ପାରଦର୍ଶିତା ନିମନ୍ତେ କ୍ୟୁଏସ୍ ଆଇ-ଗଜ୍ ପକ୍ଷରୁ ସୋଆକୁ ଡାଏମଣ୍ଡ ୟୁନିଭର୍ସିଟି ରେଟିଙ୍ଗ୍ ମିଳିଛି । ପୂର୍ବ ଭାରତର ଏକ ମାତ୍ର ଶିକ୍ଷାନୁଷ୍ଠାନ ଭାବେ କୋଭିଡ୍ ୧୯ ଲକ୍‌ଡାଉନ୍ ସମୟରେ ଅନ୍‌ଲାଇନ୍‌ ଶିକ୍ଷା ପ୍ରଦାନ ଓ ପାଠ୍ୟକ୍ରମ ପରିଚାଳନା ନିମନ୍ତେ ସୋଆକୁ କ୍ୟୁଏସ୍ ଆଇ-ଗଜ୍ ଇ-ଲିଡ୍ ସମ୍ମାନ ମଧ୍ୟ ମିଳିଛି ।

ବିଶ୍ୱବିଦ୍ୟାଳୟର ଫାକଲ୍ଟି ଅଫ୍ ମେଡିସିନ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଓ ସମ୍ ହସ୍ପିଟାଲ୍ ଏକ ୧୬୦୦ ଶଯ୍ୟା ବିଶିଷ୍ଟ ଏନ୍‌ଏବିଏଚ୍ ଓ ଏନ୍‌ଏବିଏଲ୍ ସ୍ୱୀକୃତିପ୍ରାପ୍ତ ଡାକ୍ତରଖାନା ଯାହା ପୂର୍ବ ଭାରତରେ ସ୍ୱାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ଏକ ପ୍ରମୁଖ କେନ୍ଦ୍ର ପାଲଟିଛି । ଏହି ମେଡିକାଲ୍ କଲେଜରେ ୨୫୦ ଏମ୍‌ବିବିଏସ୍ ସିଟ୍ ରହିଛି । ଏଠାରେ ଛାତ୍ରଛାତ୍ରୀମାନେ ଉନ୍ନତମାନର ଶିକ୍ଷା ଗ୍ରହଣ କରୁଥିବା ବେଳେ ରୋଗୀମାନେ ସୁଲଭ ମୂଲ୍ୟରେ ଉତମ ଚିକିତ୍ସା ପାଇପାରୁଛନ୍ତି ।

କୋଭିଡ ମହାମାରୀର ତିନୋଟି ଲହରୀ ରାଜ୍ୟକୁ ଆକ୍ରାନ୍ତ କରିଥିବା ବେଳେ ସୋଆ ଏହି ଭୟଙ୍କର ପରିସ୍ଥିତିର ମୁକାବିଲା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ସରକାରଙ୍କ ସହଭାଗିତାରେ ଓଡ଼ିଶାରେ ୨୪୦୦ରୁ ଊର୍ଦ୍ଧ୍ୱ ଶଯ୍ୟା ବିଶିଷ୍ଟ ୫ ଟି କୋଭିଡ ହସ୍ପିଟାଲ୍ ତଥା ୨ଟି କୋଭିଡ କେୟାର ସେଣ୍ଟର ପରିଚାଳନା କରି ଏହି ରୋଗରେ ଆକ୍ରାନ୍ତ ରୋଗୀମାନଙ୍କୁ ଚିକିତ୍ସା କରିବାରେ ସୋଆ ସଫଳ ହୋଇଥିଲା । ଏହି କୋଭିଡ ହସ୍ପଟାଲ୍ ଗୁଡ଼ିକ ଭୁବନେଶ୍ୱର, ତାଳଚେର, କେନ୍ଦ୍ରାପଡା, ଚାନ୍ଦପୁର ଓ ପୁରୀଠାରେ ସ୍ଥାପିତ ହୋଇଥିବା ବେଳେ କୋଭିଡ କେୟାର ସେଣ୍ଟର ଗୁଡ଼ିକ ଜଟଣୀ ଓ ଜାମୁଝରି ଠାରେ ସ୍ଥାପିତ ହୋଇଥିଲା । ଏଥିରେ ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ୍‌ର ୫୦୦ ଡାକ୍ତରଙ୍କ ସହ ନର୍ସ ଓ ସ୍ୱାସ୍ଥ୍ୟ କର୍ମୀ ନିୟୋଜିତ ହୋଇଥିଲେ । ବର୍ତମାନ ଚତୁର୍ଥ ଲହରୀର ମୁକାବିଲା କରିବା ପାଇଁ ମଧ୍ୟ ସୋଆ ପ୍ରସ୍ତୁତ ।

Leave A Reply

Your email address will not be published.