ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆସନ୍ତା ୩ରେ ରାଷ୍ଟ୍ରପତିଙ୍କୁ ଭେଟିବେ ୨୬ ବିଧାୟକ

0

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ଓଡ଼ିଶାର ବିଧାୟକ। ଆସନ୍ତାକାଲି ୨୬ ବିଧାୟକ ଦିଲ୍ଲୀ ଅଭିମୁଖେ ବାହାରିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ଦିଲ୍ଲୀ ଯିବେ। ଏହି ବିଧାୟକଙ୍କ ମଧ୍ୟରେ ବିଜେଡିର ୧୫ ଜଣ, କଂଗ୍ରେସର ୩ ଜଣ, ବିଜେପିର ୬ ଏବଂ ସିପିଆଇର ଜଣେ ବିଧାୟକ ଅଛନ୍ତି।  ଆସନ୍ତା ୩ ତାରିଖ ଦିନ ସମସ୍ତ ବିଧାୟକ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ: ଜୁଲାଇ ୨୫ ତାରିଖରେ ସଂସଦର ସେଣ୍ଟ୍ରାଲ ହଲରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ।

Leave A Reply

Your email address will not be published.