ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଆଇଏଏସ୍ ସ୍ତରରେ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସଚିବ ଦାୟିତ୍ବ

0

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦ ପାଢ଼ୀ ଓ ଅଶ୍ବଥୀ ଏସ୍‌ଙ୍କୁ ରାଜ୍ୟ ସରକାର ବଡ଼ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି। ଏଥିସହ ତାଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗରେ ଅତିରିକ୍ତ ଦାୟିତ୍ବ ମିଳିଛି। ସେହପରି ଅଶ୍ବଥୀ ଏସ୍‌ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ସଞ୍ଜିବ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କରାଯାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ପଦରୁ ହଟାଇ ଦିଆଯାଇଛି । ତାଙ୍କୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି ଓ ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିବେ ।

ସେହିପରି ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ସିଂ ଏବେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେ ଅତିରିକ୍ତ ଭାବେ ବିଡିଏ ଉପାଧ୍ୟକ୍ଷ, ଭୁବନେଶ୍ୱର ସ୍ମାର୍ଟ ସିଟି ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ ଜାରି ରଖିବେ ।

Leave A Reply

Your email address will not be published.