ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

୨୪ ଘଣ୍ଟା ରେ ଲଘୁଚାପ, ୪ ଦିନ ଯାଏଁ ପ୍ରବଳ ବର୍ଷିବ

0

ଭୁବନେଶ୍ବର: ଉତ୍ତର ଆନ୍ଧ୍ର ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ରେ ପରିଣତ ହେବ। ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ/ ଡିପ୍ରେଶନ୍ ରେ ପରିଣତ ହୋଇପାରେ । ରାଜ୍ୟ ରେ ଏବେ ମୌସୁମୀ ବାୟୁ ସକ୍ରିୟ ରହିଛି ।

ପ୍ରଭାବ ରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟ ର ଅଧିକାଂଶ ସ୍ଥାନ ରେ ବର୍ଷା ସମ୍ଭାବନା ରହିଛି ଓ ବିଭିନ୍ନ ସ୍ଥାନ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ , ଖୋର୍ଦ୍ଧା , ଜଗତସିଂହପୁର, କଳାହାଣ୍ଡି, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ବୌଦ୍ଧ ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।ସେହିପରି ୭-୮ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ , ବୌଦ୍ଧ, ବଲାଙ୍ଗୀର, ପୁରୀ, ଗଞ୍ଜାମ, ରାୟଗଡ଼ା ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୮-୯ ଅଗଷ୍ଟ ରେ ପୁରୀ , ଗଞ୍ଜାମ, ଜଗତସିଂପୁର ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ରେ ଉପକୂଳ ସମେତ ଆଭ୍ୟନ୍ତର ଓଡ଼ିଶା ରେ ବର୍ଷା ର ମାତ୍ରା ଅଧିକ ରହିବ । ୧୦ ରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ତାରିଖ ରେ ଉପକୂଳ ସମେତ ଆଭ୍ୟନ୍ତର ଓଡ଼ିଶା ରେ ବର୍ଷା ର ମାତ୍ରା ଅଧିକ ରହିବ । ୧୦ ରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପ୍ରବଳ ରୁ ଅତି ପ୍ରବଳ ବର୍ଷା ଯୋଗୁଁ କିଛି ସ୍ଥାନ ରେ ପାଣି ଜମି ରହିବା ସହ ପାହାଡିଆ ଅଞ୍ଚଳରେ ଭୁ ସ୍କଳନ ହେବାର ସମ୍ଭାବନା ରହିଛି। ସେହିପରି ପ୍ରବଳ ବର୍ଷା ହେତୁ ଦୃଶ୍ୟତା କମିବା ସହ କଚା ଘର ଓ କଚ୍ଚା ରାସ୍ତାରେ ପାଣି ଜମିରହିପାରେ। ଏହି ଦିନ ଉପକୂଳ ଓ ଆଖପାଖ ଜିଲ୍ଲା ର କିଛି ସ୍ଥାନ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.