ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ରାଜ୍ୟରେ ହେବ ପ୍ରବଳ ବର୍ଷା

0

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଓଡ଼ିଶା -ଉତ୍ତର ଆନ୍ଧ୍ର ଉପକୂଳ ରେ ଘନୀଭୂତ ହୋଇ ସଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଡିପ୍ରେଶନ୍ ରେ ପରିଣତ ହେବ।

ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ର ପ୍ରଭାବ ରହିବ। ଦକ୍ଷିଣ ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ରେ ଅଧିକ ବର୍ଷା ହେବ। ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲା ରେ ୨୦ସେମି ରୁ ଅଧିକ ବର୍ଷା ସମ୍ଭାବନା ରହିଛି। ଆସନ୍ତା କାଲି ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଓଡ଼ିଶା ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯-୧୦ ତାରିଖ ରେ ପଶ୍ଚିମ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର , ଉତ୍ତର ଉପକୂଳ ଓଡ଼ିଶା ରେ ପ୍ରବଳ ରୁ ଅତି ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.