ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ରାଜ୍ୟରେ ହେବ ପ୍ରବଳ ବର୍ଷା

0

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଓଡ଼ିଶା -ଉତ୍ତର ଆନ୍ଧ୍ର ଉପକୂଳ ରେ ଘନୀଭୂତ ହୋଇ ସଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଡିପ୍ରେଶନ୍ ରେ ପରିଣତ ହେବ।

ପ୍ରଭାବ ରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ର ପ୍ରଭାବ ରହିବ। ଦକ୍ଷିଣ ଓ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ରେ ଅଧିକ ବର୍ଷା ହେବ। ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲା ରେ ୨୦ସେମି ରୁ ଅଧିକ ବର୍ଷା ସମ୍ଭାବନା ରହିଛି। ଆସନ୍ତା କାଲି ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଓଡ଼ିଶା ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯-୧୦ ତାରିଖ ରେ ପଶ୍ଚିମ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର , ଉତ୍ତର ଉପକୂଳ ଓଡ଼ିଶା ରେ ପ୍ରବଳ ରୁ ଅତି ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.