ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ନୀତି ଆୟୋଗ ବୈଠକରେ ଓଡିଶା ପାଇଁ କଣ ଦାବି ରଖିଲେ ନବୀନ?

0

ନୂଆ ଦିଲ୍ଲୀ: ଆଜି ରାଜଧାନୀ ଦିଲ୍ଲୀରେ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ସପ୍ତମ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକ କରୋନା ଯୋଗୁଁ ଧରି ବନ୍ଦ ରହିଥିଲା।୨ ବର୍ଷ ପରେ ପ୍ରତ୍ୟକ୍ଷ ଭାବେ ସାମିଲ ହୋଇଛନ୍ତି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟମନ୍ତ୍ରୀ ଓ ଉପରାଜ୍ୟପାଳ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ଭବନର କଲଚରାଲ ସେଂଟରରେ ଆୟୋଜିତ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ହୋଇଛି । ଏଥିରେ ଯୋଗଦେଇ ପୁଣିଥରେ ଓଡିଶାକୁ ସ୍ୱତନ୍ତ୍ର ଫୋକସ ଷ୍ଟେଟ୍ ମାନ୍ୟତା ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ଆହୁରି ଅନେକ ଦାବି ମଧ୍ୟ କରିଛନ୍ତି:-

-ରେଳ, ଟେଲିକମ୍, ବ୍ୟାଙ୍କ ସେବା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡିଶାକୁ ସ୍ୱତନ୍ତ୍ର ଫୋକସ୍ ଦେବାପାଇଁ ଦାବି
୨- ପ୍ରତିବର୍ଷ ଓଡିଶା ପ୍ରାକୃତିକ ଦୁର୍ବିପାକର ସମ୍ମୁଖୀନ ହେଉଥିବାରୁ, ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଇଁ ସ୍ୱତନ୍ତ୍ର ପାଣ୍ଠି ଯୋଗାଇ ଦିଆଯାଉ
୩- କିଛି ପ୍ରକୃତ ଚାଷୀ ବାଦ୍ ପଡି ଯାଇଥିବାରୁ ଫସଲ ବୀମା ଯୋଜନାର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ କଲେ ନବୀନ
୪-ଅଧିକାଂଶ ଆଦିବାସୀ ଓ କେବିକେ ଜିଲ୍ଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡୁଥିବା ପ୍ରସଙ୍ଗ ଉଠାଇଲେ ନବୀନ
୫- ଏଏସଆଇ ଏବଂ ଆମ୍ସାର ଆଇନ ବଦଳାଯାଉ ବୋଲି ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସ୍ୱତନ୍ତ୍ର ରାଜ୍ୟପାହ୍ୟା ବ୍ୟବସ୍ଥା ଉଚ୍ଛେଦ ହୋଇଯିବା ପରେ ଲଗାତର ସ୍ୱତନ୍ତ୍ର ଫୋକସ ଷ୍ଟେଟ୍ ମାନ୍ୟତା ଦାବି କରିଆସୁଛି ଓଡିଶା । ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ଏହି ଦାବି କରିଆସୁଛି । ହେଲେ କେନ୍ଦ୍ର ଏହାକୁ ଅଣଦେଖା କରି ଆସୁଛି ।

ନୀତି ଆୟୋଗର ଏହି ବୈଠକରୁ ଦୂରେଇ ରହିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ । ରାଜ୍ୟଗୁଡିକୁ ଅବହେଳା କରାଯାଉଥିବା ଅଭିଯୋଗ କରି ବୈଠକ ଯୋଗଦେବେ ନାହିଁ ବୋଲି ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ କେସିଆର । ହେଲେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନୀତି ଆୟୋଗ ବୈଠକରେ ଯୋଗ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।

Leave A Reply

Your email address will not be published.