ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ମହାନଦୀରେ ହୋଇପାରେ ବନ୍ୟା

0

ଭୁବନେଶ୍ବର: ଯଦି ଉପର ମୁଣ୍ଡରେ ବର୍ଷା ଲାଗି ରହେ ଏବଂ ଓଡ଼ିଶାରେ ମଧ୍ୟ ଏହି ଭଳି ବର୍ଷା ଜାରି ରୁହେ ତେବେ ମହାନଦୀରେ ସ୍ୱଳ୍ପଧରଣର ବନ୍ୟା ସୃଷ୍ଟି ହୋଇପାରେ । ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ସୂଚନା ଦେଇଛନ୍ତି । ସେହିଭଳି ଆସନ୍ତାକାଲି ସକାଳ ୮ ଟା ବେଳେ ମୁଣ୍ଡଳୀଦେଇ ୬ ଲକ୍ଷ କ୍ୟୁସେକ ପାଣି ଅତିକ୍ରମ କରିବା ନେଇ ସୂଚନା ମିଳିଛି ।

ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ଛତିଶଗଡ଼ରେ ପ୍ରବଳବର୍ଷା ହେଉଥିବାରୁ ତାଙ୍କର ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ହୀରାକୁଦର ଅଧିକ ଗେଟ ଖୋଲିବା ନେଇ ଚାପ ପକାଉଛନ୍ତି । ବର୍ତ୍ତମାନ ସୁଦ୍ଧା ହୀରାକୁଦରେ ୨୪ଟି ଗେଟ ଖୋଲାଯାଇଥିବା ବେଳେ ଆଗକୁ ଏହା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ସେହିପରି ବୈତରଣୀ ଓ ଜଳକା ନଦୀରେ ଜଳସ୍ତର ବଢିବାରେ ଲାଗିଛି । ସ୍ଥିତି ଉପରେ ନଜର ରଖାଯାଇଛି । ସରକାରଙ୍କ ପକ୍ଷରୁ ସମସ୍ତଙ୍କ ଛୁଟି ବାତିଲ କରାଯାଇ ଆଲର୍ଟରେ ରଖାଯାଇଛି । ଦୁର୍ବଳ ନଦୀ ବନ୍ଧ ଉପରେ କଡାକଡିଭାବେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.