ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

୨୪ ଘଣ୍ଟାରେ ଲଘୁଚାପ ନେବ ଅବପାତ ରୂପ

0
  • ୨ ଦିନ ଯାଏଁ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ରେଡ୍ ଆଲର୍ଟ ଜାରି
  • ୧୮ ଅଗଷ୍ଟ ବେଳକୁ ପୁଣି ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।

ଭୁବନେଶ୍ବର: ଗତକାଲି ପଶ୍ଚିମ ମିଆଁମାର ନିକଟ ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଉତ୍ତର ବଙ୍ଗୋପସାଗର ରେ ସକାଳେ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଡିପ୍ରେଶନ୍ ର ରୂପ ନେଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୦୭ ଟି ଜିଲ୍ଲା ରେ ରେଡ୍ ଆଲର୍ଟ ଜାରି କରାଯାଇଛି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ,ଭଦ୍ରକ, ଯାଜପୁର, ଢେଙ୍କାନାଳ ଜିଲ୍ଲା ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା(୭-୨୦ସେମି) ସହ ଅଳ୍ପ କିଛି ଅଞ୍ଚଳ ରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ସେମି+) ସମ୍ଭାବନା ରହିଛି । ମୟୂରଭଞ୍ଜ, କେଉଁଝର, ବାଲେଶ୍ଵର, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ,କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲା ର କିଛି ସ୍ଥାନ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (୭-୨୦ସେମି) ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ ସମସ୍ତ ଅଞ୍ଚଳ ରେ ପ୍ରବଳ ବର୍ଷା (୭-୧୧ସେମି)ସମ୍ଭାବନା ରହିଛି।

ଆସନ୍ତା କାଲି ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ହେବା ସହ ସମ୍ବଲପୁର, ଝାରସୁଗୁଡ଼ା, ଦେଓଗଡ଼, ବରଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲା ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା କିଛି ଅଞ୍ଚଳ ରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ସେମି+) ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତର ଓଡ଼ିଶା ର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସହ ଉପକୂଳ ଓଡ଼ିଶା ରେ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୫ ତାରିଖ ରୁ ରାଜ୍ୟ ରୁ ଆସ୍ତେ ଆସ୍ତେ ବର୍ଷା କମିବା ସମ୍ଭାବନା ରହିଛି। ଆସନ୍ତା ୧୫ ଯାଏଁ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର କୁ ଯିବା ମନା। ମହାନଦୀ ଉପରମୁଣ୍ଡ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ରହିଛି। ବିଭିନ୍ନ ନଦୀ ରେ ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୧୮ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗର ରେ ସୃଷ୍ଟି ହେବାର ଆଶଙ୍କା ରହିଛି।

Leave A Reply

Your email address will not be published.