ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୨୪ ଘଣ୍ଟାରେ ଲଘୁଚାପ ନେବ ଅବପାତ ରୂପ

0
  • ୨ ଦିନ ଯାଏଁ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ରେଡ୍ ଆଲର୍ଟ ଜାରି
  • ୧୮ ଅଗଷ୍ଟ ବେଳକୁ ପୁଣି ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।

ଭୁବନେଶ୍ବର: ଗତକାଲି ପଶ୍ଚିମ ମିଆଁମାର ନିକଟ ରେ ରହିଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଉତ୍ତର ବଙ୍ଗୋପସାଗର ରେ ସକାଳେ ଲଘୁଚାପ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ଡିପ୍ରେଶନ୍ ର ରୂପ ନେଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୦୭ ଟି ଜିଲ୍ଲା ରେ ରେଡ୍ ଆଲର୍ଟ ଜାରି କରାଯାଇଛି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ,ଭଦ୍ରକ, ଯାଜପୁର, ଢେଙ୍କାନାଳ ଜିଲ୍ଲା ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା(୭-୨୦ସେମି) ସହ ଅଳ୍ପ କିଛି ଅଞ୍ଚଳ ରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ସେମି+) ସମ୍ଭାବନା ରହିଛି । ମୟୂରଭଞ୍ଜ, କେଉଁଝର, ବାଲେଶ୍ଵର, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ,କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲା ର କିଛି ସ୍ଥାନ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (୭-୨୦ସେମି) ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ ସମସ୍ତ ଅଞ୍ଚଳ ରେ ପ୍ରବଳ ବର୍ଷା (୭-୧୧ସେମି)ସମ୍ଭାବନା ରହିଛି।

ଆସନ୍ତା କାଲି ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ହେବା ସହ ସମ୍ବଲପୁର, ଝାରସୁଗୁଡ଼ା, ଦେଓଗଡ଼, ବରଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲା ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା କିଛି ଅଞ୍ଚଳ ରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ସେମି+) ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତର ଓଡ଼ିଶା ର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସହ ଉପକୂଳ ଓଡ଼ିଶା ରେ ମଧ୍ୟମ ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୫ ତାରିଖ ରୁ ରାଜ୍ୟ ରୁ ଆସ୍ତେ ଆସ୍ତେ ବର୍ଷା କମିବା ସମ୍ଭାବନା ରହିଛି। ଆସନ୍ତା ୧୫ ଯାଏଁ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର କୁ ଯିବା ମନା। ମହାନଦୀ ଉପରମୁଣ୍ଡ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ରହିଛି। ବିଭିନ୍ନ ନଦୀ ରେ ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୧୮ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗର ରେ ସୃଷ୍ଟି ହେବାର ଆଶଙ୍କା ରହିଛି।

Leave A Reply

Your email address will not be published.